ଜେନେଭାରେ ପାକିସ୍ତାନକୁ ଅପମାନ: ଲାଗିଲା ‘ଅନ୍ତରାଷ୍ଟ୍ରୀୟ ଆତଙ୍କବାଦୀଙ୍କ ଆଡ୍ଡା’ ଲେଖାଥିବା ପୋଷ୍ଟର

ଜେନେଭା,୨୯।୨: ସ୍ବିଜରଲ୍ୟାଣ୍ଡର ଜେନେଭାରେ ୟୁନାଇଟେଡ ନେଶନନ୍ସ ହ୍ୟୁମାନ ରାଇଟ୍ସ କାଉନସିଲ୍‌ (ୟୁଏନ୍‌ଏଚ୍‌ଆର୍‌ସି)ର ୪୩ ତମ ଅଧିବେଶନ ଅବସରରେ ବ୍ରୋକେନ୍‌ ଚେୟାର ସ୍ମାରକ ନିକଟରେ ପାକିସ୍ତାନକୁ ଅପମାନ କଲାଭଳି ଏକ ପୋଷ୍ଟର ଲଗାଯାଇଛି। ଉକ୍ତ ପୋଷ୍ଟରରେ ପାକିସ୍ତାନ ସେନା ଅନ୍ତରାଷ୍ଟ୍ରୀୟ ଆତଙ୍କବାଦର କେନ୍ଦ୍ର ବୋଲି ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ଆମେରିକା ସମେତ ଆଉ କିଛି ଦେଶ ପାକିସ୍ତାନକୁ ଆତଙ୍କବାଦୀଙ୍କ ସୁରକ୍ଷିତ ସ୍ଥାନ ବୋଲି କହିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ଅନ୍ତରାଷ୍ଟ୍ରୀୟ ମଞ୍ଚରେ ପାକିସ୍ତାନର ଆତଙ୍କବାଦୀ ଗତିବିଧିକୁ ନେଇ ଖୋଲାଖୋଲି ଆଲୋଚନା ମଧ୍ୟ କରିଛନ୍ତି। ଏମିତିକି ଭାରତ ଅନେକ ଥର କହିଛି ପାକିସ୍ତାନ ଆତଙ୍କବାଦୀଙ୍କୁ ସହଯୋଗ କରିବା ଛାଡିଦେଲେ ଉଭୟ ଦେଶ ମଧ୍ୟରେ କଥାବାର୍ତ୍ତା ସମ୍ଭବ ହେବ। ଏମିତିକି ୯/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ସ୍ପଷ୍ଟ ହୋଇଥିଲା କି ପାକିସ୍ତାନ ହେଉଛି ଆତଙ୍କବାଦୀଙ୍କ ଆଡ୍ଡା ସ୍ଥଳ। ଉତ୍ତର ବଜରିସ୍ଥାନ ଅଞ୍ଚଳ ଯାହା ଆଫଗାନିସ୍ତାନ ସୀମାକୁ ଲାଗି ରହିଛି ଏହା ଅଲ-କାଏଦା ଓ ତାଲିବାନ ଆତଙ୍କବାଦୀଙ୍କ ଆଡ୍ଡା ସ୍ଥଳ ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri