ଜେଲ ଗଲେ ବ୍ରାଉନସୁଗାର ବ୍ୟବସାୟୀ,୧୬.୬୦୦ ଗ୍ରାମ ବ୍ରାଉନସୁଗାର, ୩୦ହଜାର ୨ଶହ ଟଙ୍କା ଓ ମୋବଇ ଫୋନ ଜବତ

ଖୋର୍ଦ୍ଧା ଅଫିସ,୧୬।୯: ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ସୋମବାର ବ୍ୟବସାୟୀ ପ୍ରକାଶ ନାୟକ ଓରଫ ମୁନାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖୋର୍ଦ୍ଧା ସବଜେଲକୁ ପଠାଇଦିଆଯାଇଛି। ତାଙ୍କ ଠାରୁ ୧୬.୬୦୦ଗ୍ରାମ ବ୍ରାଉନସୁଗାର, ୩୦ହଜାର ୨ଶହ ଟଙ୍କା ଓ ଗୋଟିଏ ମୋବାଇଲ ଫୋନ ଜବତ ହୋଇଛି। ବାଲେଶ୍ୱରରେ ଜବତ ହୋଇଥିବା ବ୍ରାଉନସୁଗାର ଘଟଣାରେ ଅଭିଯୁକ୍ତଙ୍କ ସମ୍ପୃକ୍ତ ଥିବା ଖୋର୍ଦ୍ଧା ଏସ୍‌ଡିପିଓ ସୁଶିଲ ମିଶ୍ର ସୋମବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।
ସୂଚନା ଅନୁଯାୟୀ, ପ୍ରକାଶ ବ୍ରାଉନସୁଗାର ବିକ୍ରି କରୁଥିବା ନେଇ ପୋଲିସକୁ ଖବର ମିଳିଥିଲା। ବିଭିନ୍ନ ସମୟରେ ତାଙ୍କ ଘରେ ଚଢ଼ାଉ କରାଯାଇଥିଲେ ମଧ୍ୟ ସେ ଖସି ପଳାଉଥିଲେ। ସୋମବାର ନିୟ୍ୟୁ ମେଡିକାଲ ରୋଡରେ ବ୍ରାଉନସୁଗାର ବିକ୍ରି କରୁଥିବା ଖବରପାଇ ପୋଲିସ ତାଙ୍କୁ ଧରିଥିଲା। ପ୍ରକାଶଙ୍କ ନଁାରେ ଖୋର୍ଦ୍ଧା ଆଦର୍ଶ ଥାନାରେ ୫ଟି ମାମଲା (ନଂ.୩୯୫/୧୪, ୧୮/୧୪, ୯୮/୧୪, ୨୪/୧୫, ୧୫୩/୧୫)ରହିଛି। ସୂଚନାଥାଉ କି, ଗତ ଶନିବାର ଅପରାହ୍ନରେ ବାଲେଶ୍ୱରରୁ ୩ଜଣ ଗିରଫ ହୋଇଥିବାବେଳେ ୩୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଓ ୯ଲକ୍ଷ ୪୪ ହଜାର ୮୦ଟଙ୍କା ଜବତ ହୋଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ୩ ଅଭିଯୁକ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜାଗୁଳେଇପାଟଣାର ଭବାନୀ ପ୍ରସାଦ ସ୍ବାଇଁ, କୁମ୍ଭିଲୋର ପୀତବାସ ରଣାଙ୍କ ସୂଚନା ଆଧାରରେ ଅଭିଯୁକ୍ତ ପ୍ରକାଶଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?