ଜେଲ ଗଲେ ମୁଜାଗଡ଼ ସରପଞ୍ଚ

ଭଞ୍ଜନଗର,୯।୩(ଡି.ଏନ.ଏ) ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତରେ ସରକାରୀ ଚାଉଳ ଓ ଗହମ ହେରଫେର ନେଇ ଶନିବାର ରାତିରେ ବିଡ଼ିଓ ଅନିଲ କୁମାର ସେଠୀ ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲାରେ ପୋଲିସ ରବିବାର ଅପରାହ୍ନରେ ସରପଞ୍ଚ ଶିବ ଶଙ୍କର ପ୍ରଧାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହି ମାମଲାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ରଜନୀ ପ୍ରଧାନ, ଯୋଗାଣ ସହାୟକ ସୋମନାଥ ବେହେରା ମଧ୍ୟ ଜଡ଼ିତ ଥିବା ବିଡ଼ିଓ ଅଭିଯୋଗ କରିଛନ୍ତି।
ପ୍ରକାଶଯେ ମୁଜାଗଡ଼ ପଞ୍ଚାୟତରେ ସରକାରୀ ଚାଉଳ ହେରଫେର ନେଇ ବିଡ଼ିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ବ୍ଲକ ଯୋଗାଣ ଅଧିକାରୀଙ୍କ ଉପସ୍ଥିତିରେ ଗୋଦାମ ଘର ଯାଞ୍ଚ କରାଯାଇଥିଲା। ଏହି ସମୟରେ ୬୧.୦୩ କୁଇଣ୍ଟାଲ ଚାଉଳ ଓ ୪.୫୫ କୁଇଣ୍ଟାଲ ଗହମ ହେରଫେର ହୋଇଥିବା ଜଣାପଡ଼ିଥିଲା। ବ୍ଲକ ଯୋଗାଣ ଅଧିକାରୀଙ୍କ ସୂଚନାକୁ ଆଧାର କରି ବିଡ଼ିଓ ଅନିଲ କୁମାର ସେଠୀ ରାତିରେ ଥାନାରେ ଚାଉଳ ହେରଫେର ନେଇ ଉକ୍ତ ୩ ଜଣଙ୍କ ନାମରେ ଅଭିଯୋଗ କରିଥିଲେ। ପୋଲିସ ରବିବାର ସରପଞ୍ଚଙ୍କୁ ଥାନାକୁ ଆଣିଥିଲେ। ପଚରାଉଚରା ପରେ ତାଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଭଞ୍ଜନଗର ସ୍ବତନ୍ତ୍ର ଉପକାରାଗାରକୁ ପଠାଇ ଦିଆଯାଇଛି। ଉକ୍ତ ୩ଜଣଙ୍କ ନାମରେ ମାମଲା (ନଂ. ୯୯/୨୦) ରୁଜୁକରି ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। ଅପରପକ୍ଷେ ଭାଜପା ନେତା ରମେଶ ବେହେରା, ବଟକୃଷ୍ଣ ପଣ୍ଡା, ହର ଗୌଡ଼, ଲେଲିନ ରାଉତ ଏକ ବିବୃତିରେ କହିଛନ୍ତି ଯେ, ସରପଞ୍ଚ ଏହି ମାମଲାରେ ଜଡ଼ିତ ନାହାନ୍ତି ତାଙ୍କୁ ଫସାଇ ଦିଆଯାଇଛି। ପିଇଓ ଏବଂ ଯୋଗାଣ ସହାୟକ ଏଥିରେ ସମ୍ପୃକ୍ତ। ଅପରପକ୍ଷେ ଶିବଶଙ୍କରଙ୍କୁ ପୋଲିସ ନେଇ ଆସିବା ପରେ ମୁଜାଗଡ଼ ପଞ୍ଚାୟତ ରାଜନୀତି ଚଳଚଞ୍ଚଳ ହୋଇପଡ଼ିଛି। ସରପଞ୍ଚଙ୍କ ଗିରଫ ପରେ ଏବେ ଭଞ୍ଜନଗର ରାଜନିତୀ ସରଗରମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri