ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ ମୁକୁଳିଛନ୍ତି। ସେ ଜେଲରୁ ବାହାରିବା ପରେ ସିଧା କଟକସ୍ଥିତ ତାଙ୍କ ଘରକୁ ଯାଇଥିବା ଜଣାପଡିଛି। ତେବେ ଏହି ସମୟରେ ଜେଲ୍‌ ବାହାରେ ଉପସ୍ଥିତ ଥିବା ଗଣମାଧ୍ୟମ ପ୍ରତିନିଧିମାନେ ବିଜୟଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ପ୍ରତିକ୍ରିୟା ରଖି ସେ କହିଥିଲେ, କୋର୍ଟରେ ବର୍ତ୍ତମାନ ମାମଲା ବିଚାରଧିନ ରହିଥିବାରୁ କିଛି କହିବା ଠିକ୍‌ ହେବ ନାହିଁ। କୋର୍ଟ ଯାହା ନିଷ୍ପତ୍ତି ନେବେ ତାହା ମାନିନେବି ବୋଲି ବିଜୟ କହିଥିଲେ। ଝାରପଡା ଜେଲ୍‌ ଅଧୀକ୍ଷକ ଶୁଭକାନ୍ତ ମିଶ୍ର କହିଛନ୍ତି, ବିଜୟଙ୍କ ଜାମିନ ସଂକ୍ରାନ୍ତ ହାଇକୋର୍ଟଙ୍କ ଅର୍ଡର ମଙ୍ଗଳବାର ଅପରାହ୍ନ ସାଢେ ୫ଟାରେ ପହଞ୍ଚତ୍ଥିଲା। ଆବଶ୍ୟକ କାଗଜପତ୍ର କାର୍ଯ୍ୟ ସରିବା ପରେ ତାଙ୍କୁ ୬ଟାରେ ଜେଲରୁ ମୁକ୍ତ କରାଯାଇଥିଲା। ଅନ୍ୟପକ୍ଷରେ ସମାନ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ବିଜୟ କେତନଙ୍କ ସହଯୋଗୀ ସନ୍ତୋଷ ପଟ୍ଟନାୟକଙ୍କୁ ହାଇକୋର୍ଟ ମଙ୍ଗଳବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ନିର୍ଦ୍ଦୋରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି। ହାଇକୋର୍ଟଙ୍କ ଜାମିନ ଅର୍ଡର ପହଞ୍ଚତ୍ବା ପରେ ସେ ମଧ୍ୟ ଜେଲ୍‌ରୁ ବାହାରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri