ଭୁବନେଶ୍ୱର,୨୪ା୧୦(ବ୍ୟୁରୋ):ବଡ଼ବଡ଼ିଆ, ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ହନିଟ୍ରାପ୍ର ମାୟାଜାଲରେ ଫସାଇ ବିପୁଳ ଅର୍ଥ ହଡ଼ପ କରିବା ଅଭିଯୋଗରେ ଗିରଫ ହୋଇ ଜେଲରେ ଦିନ କାଟୁଛନ୍ତି ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗ ଏବଂ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ। ତେବେ ଉଭୟ ଦମ୍ପତି ଜେଲ ମାନୁଆଲ ଅନୁଯାୟୀ ରବିବାର ଝାରପଡ଼ା କାରାଗାରରେ ୧୫ ମିନିଟ୍ ଦେଖାସାକ୍ଷାତ୍ ହୋଇଛନ୍ତି। ଜେଲରଙ୍କ ଉପସ୍ଥିତିରେ ଉଭୟ ଭେଟ ହୋଇ ୧୫ ମିନିଟ୍ କଥା ହୋଇଛନ୍ତି। ଏହି ସମୟରେ ଜଗବନ୍ଧୁଙ୍କୁ ଦେଖି ଅର୍ଚ୍ଚନା କାନ୍ଦି ପକାଇଥିଲେ ବୋଲି ଚର୍ଚ୍ଚା ହେଉଛି। ସ୍ବାସ୍ଥ୍ୟ, ମାନସିକ ଅବସ୍ଥା ଆଦି କେମିତି ଅଛି ଅର୍ଚ୍ଚନାଙ୍କୁ ସ୍ବାମୀ ଜଗବନ୍ଧୁ ପଚାରି ବୁଝିଛନ୍ତି। ଏହି ଦେଖାସାକ୍ଷାତ୍ ସମୟରେ ଜଗବନ୍ଧୁ ଅର୍ଚ୍ଚନାଙ୍କୁ ଆଶ୍ୱାସନା ଦେବା ସହ ସବୁ ଠିକ୍ ହୋଇଯିବ ବୋଲି ବୁଝାଇଥିଲେ। ଅନ୍ୟପକ୍ଷରେ ଗତବର୍ଷ ଧନ୍ତେରସ ଦିନରେ ବହୁ ଅଳଙ୍କାର କିଣିବା ସହିତ ଉଭୟ ଯେପରି ମହା ଆଡ଼ମ୍ବରରେ ପାଳନ କରିଥିଲେ, ସେହିଦିନକୁ ମନେ ପକାଇଥିବା ଜଣାପଡ଼ିଛି। ଅର୍ଚ୍ଚନା ଓ ଜଗବନ୍ଧୁଙ୍କର ବହୁ ଫଟୋ ଭାଇରାଲ ହୋଇଥିଲା। ଏକାଧିକ ଫଟୋରେ ଉଭୟ ବହୁ ଟଙ୍କାର ଦାମୀ ଅଳଙ୍କାର ପିନ୍ଧିଥିଲେ। ସେପଟେ ଆର୍ବିଆଇ ପକ୍ଷରୁ କମିଶନରେଟ ପୋଲିସକୁ ଦିଆଯାଇଥିବା ବ୍ୟାଙ୍କ ତଥ୍ୟରେ ଏକ ବଡ଼ କଥା ସାମ୍ନାକୁ ଆସିଛି। ଅର୍ଚ୍ଚନାଙ୍କ ଆକାଉଣ୍ଟକୁ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ରହୁଥିବା ଜଣେ ବିଲ୍ଡରଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଯାଇଥିବା ଜଣାପଡ଼ିଛି। ଏପରିକି ଏକାଧିକ ବ୍ୟକ୍ତିଙ୍କ ସହ ଅର୍ଚ୍ଚନାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ନିକଟରେ ଲକ୍ଷାଧିକ ଟଙ୍କା ନେଣଦେଣ ହୋଇଥିବା ପୋଲିସ ଜାଣିବାକୁ ପାଇଛି। ପୋଲିସ ଉକ୍ତ ବ୍ୟକ୍ତିମାନଙ୍କୁ ଜେରା କରିବାକୁ ପ୍ରୟାସ ଆରମ୍ଭ କରିଛି। ଆର୍ଥିକ କାରବାର ହୋଇଥିବା ୫ରୁ ଅଧିକ ଲୋକଙ୍କୁ ପୋଲିସ ପଚରାଉଚରା କରିଥିବା ଜଣାପଡ଼ିଛି।
ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍ ମ୍ୟାପ୍’ ଦେଖି ଫସିଲା ଟ୍ରକ୍, ଅଟକି ରହିଛି ଶହ ଶହ…
ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…
ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍ରେ ଗଣଧାରଣା
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍ଏଚ୍-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…
କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…
ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…
ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି
ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…
ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ
ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…
ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…
ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?
Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…
ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ
ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…
Archives

