ଜେଲରେ ଦୁରବସ୍ଥା ମାନସିକ ରୋଗୀଙ୍କ ସମସ୍ୟା ବଢାଉଛି ଓଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡିଶାର ଜେଲଗୁଡ଼ିକରେ ରହୁଥିବା କଏଦୀଙ୍କ ମଧ୍ୟରୁ ଶତକଡା ୫ ଭାଗ ମାନସିକ ରୋଗର ଶିକାର ହେଉଛନ୍ତି। ଏନ୍‌ସିଆର୍‌ବି (ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ) ରିପୋର୍ଟ-୨୦୧୭ରେ ଏହା ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏ ସଂକ୍ରାନ୍ତ ସ୍ଥିତି ଅନୁଧ୍ୟାନ ପାଇଁ ଏକ ସ୍ବାଧୀନ ତଥା ସ୍ବତନ୍ତ୍ର ବିଶେଷଜ୍ଞ କମିଟି ଗଠନ କରିବାକୁ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିଶନ ହୋଇଛି। ବୁଧବାର ଆଇନଜୀବୀ ବିଜୟ କୁମାର ପଣ୍ଡା ଓ ବିଶ୍ୱପ୍ରିୟ କାନୁନ୍‌ଗୋ ଲିଖିତ ଭାବେ କମିଶନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଜେଲର ଦୂରବସ୍ଥା କାରଣରୁ ଏଭଳି ରୋଗ କଏଦୀଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିବାକୁ ସେମାନେ ନିବେଦନ କରିଛନ୍ତି। ମାନସିକ ରୋଗରେ ଆକ୍ରାନ୍ତ କଏଦୀମାନେ ସାଧାରଣ ମଣିଷ ଭଳି ବଞ୍ଚତ୍କାର ଅଧିକାର ରହିଛି। ତେଣୁ ଜେଲରେ ମାନସିକ ରୋଗର ଉନ୍ନତ ଚିକିତ୍ସା ନିମନ୍ତେ ବ୍ୟବସ୍ଥା କରିବାର ଆବଶ୍ୟକ ରହିଛି। ସେହିଭଳି କଏଦୀଙ୍କ ମାନସିକ ରୋଗର କାରଣ ଓ ଯତ୍ନ ସମ୍ପର୍କରେ ଅନୁଧ୍ୟାନ ପାଇଁ କମିଟିକୁ ନିର୍ଦ୍ଦେଶ ଦେବା ସହ ଏହି ସୁପାରିଶକୁ ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ଯ୍ୟକାରୀ କରିବାକୁ କମିଶନ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଉଭୟ ଆଇନଜୀବୀ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri