ଜେଲରେ ନୂଆ କଏଦୀଙ୍କ ପାଇଁ କ୍ୱାରାଣ୍ଟାଇନ ଓ୍ବାର୍ଡ

ସମ୍ବଲପୁର,୧୩।୪(ବ୍ୟୁରୋ)-କରୋନା ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ରାଜ୍ୟ ଓ ଦେଶ ବାହାରୁ ଆସିଥିବା ଲୋକଙ୍କୁ କ୍ବାରାନଣ୍ଟାଇନରେ ରଖିବାକୁ ବ୍ୟବସ୍ଥା କରାଯାଉଛି। ଏହାସହ ଅନେକ ଲୋକଙ୍କୁ ହୋମ୍‌ କ୍ବାରାନଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ସମ୍ବଲପୁର ମଣ୍ଡଳ କାରାଗାରରେ ମଧ୍ୟ କ୍ବାରାନଣ୍ଟାଇନ ବ୍ୟବସ୍ଥା କରାଯାଇଛି । ବିଭିନ୍ନ ମାମଲାରେ ଗିରଫ ହୋଇ ଜେଲ ହାଜତକୁ ଯାଉଥିବା ନୂଆ କଏଦୀଙ୍କୁ କ୍ବାରାନଣ୍ଟାଇନରେ ରଖାଯାଉଛି । ସେମାନଙ୍କ ପାଇଁ ସ୍ବତନ୍ତ୍ର ୱାର୍ଡ ବ୍ୟବସ୍ଥା କରାଯାଇଛି । ସୋମବାର ମିଳିଥିବା ରିପୋର୍ଟ ଅନୁସାରେ ପ୍ରାୟ ୬୦ଜଣ କଏଦୀ କ୍ବାରାଣ୍ଟାଇନରେ ରହିଛନ୍ତି । ୧୪ ଦିନ କ୍ବାରାଣ୍ଟାଇନରେ ରହିଲା ପରେ ସେମାନଙ୍କୁ ସାଧାରଣ ୱାର୍ଡକୁ ସ୍ଥାନାନ୍ତରଣ କରାଯିବ।
ପୂର୍ବରୁ ୯୦ଜଣ କଏଦୀଙ୍କୁ କ୍ବାରାଣ୍ଟାଇନରେ ରଖି ସାଧାରଣ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି ବୋଲି ଜେଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଏହାସହ ଜେଲର କ୍ଷମତା ୫୪୧ ଥିବା ବେଳେ ପ୍ରାୟ ୭୫୦ଜଣ କଏଦୀ ରହୁଥିଲେ । ୧୬୦ଜଣ ସଜା କାଟୁଥିବା କଏଦୀ ରହିଥିବା ବେଳେ ୫୯୨ଜଣ ବିଚାରାଧୀନ କଏଦୀ ରହିଥିଲେ। ତେଣୁ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କମିଟି ଗଠନ ହୋଇ ବିଚାର ପୂର୍ବକ କଏଦୀମାନଙ୍କୁ ଖାଲି କରିବାକୁ ନିର୍ଦ୍ଦେଶ ରହିଥିଲା। ସେମାନଙ୍କୁ ଜାମିନ ଓ ଛୁଟି ଦେବାକୁ ପରାମର୍ଶ ଦିଆଯାଇଥିଲା । ଏହାକୁ ପାଳନ କରି ସମ୍ବଲପୁର ଜେଲ କର୍ତ୍ତୃପକ୍ଷ ୮୩ଜଣ କଏଦୀଙ୍କୁ କୋର୍ଟଙ୍କ ସହମତି କ୍ରମେ ଜାମିନ ପ୍ରଦାନ କରାଯାଇଛି। ସେହିପରି ୭୦ ଜଣ କଏଦୀଙ୍କୁ ଅନ୍ୟ ଜେଲକୁ ପଠାଇ ଦିଆଯାଇଛି। ସେମାନଙ୍କ ମଧ୍ୟରୁ ସୋନପୁର ଜିଲା ବୀରମହାରାଜପୁର ଜେଲକୁ ୫୦ ଓ ବରଗଡ ଜିଲା ସୋହେଲା ଜେଲକୁ ୨୦ କଏଦୀ ପଠାଯାଇଛି । ଆଗକୁ ମଧ୍ୟ ଖାଲି କରାଯିବ । କରୋନା ମୁକାବିଲା ପାଇଁ ଜେଲ ଭିତରେ ସାନିଟାଇଜର କରାଯାଇଛି । ଏହାସହ ସାମାଜିକ ଦୂରତ୍ୱ ରକ୍ଷା କରିବା ଓ ଅନ୍ୟ ନିୟମ ପାଳନ କରାଯାଉଛି ବୋଲି ଜେଲ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri