ଚୌଦ୍ୱାର,୧୦।୧୨(ଡି.ଏନ.ଏ): ଚୌଦ୍ୱାର ସର୍କଲ ଜେଲରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ମାଳିସାହି ଗ୍ରାମର ଦେବ ପ୍ରକାଶ ବେହେରା(୨୧)। ଜେଲ କର୍ତ୍ତୃପକ୍ଷ ଚୌଦ୍ୱାର ଥାନାରେ କରିଥିବା ଲିଖିତ ସୂଚନା ଅନୁଯାୟୀ, ସୋମବାର ଅପରାହ୍ନ ପ୍ରାୟ ୨ଟାରେ ଜେଲ ପରିସରରେ ଥିବା ଏକ ଆମ୍ବ ଗଛରେ ଦେବ ବେକରେ ଏକ ଗାମୁଛା ଗୁଡ଼ାଇ ଆମତ୍ହତ୍ୟା କରିଥିଲେ। କର୍ତ୍ତୃପକ୍ଷ ଜାଣିବା ପରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି କଟକ ବଡ ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଜେଲ କର୍ତ୍ତୃପକ୍ଷଙ୍କ ସହ କୌଣସି ଯୋଗାଯୋଗ ହୋଇପାରି ନାହିଁ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ କଏଦୀ ଜଣକ କାହଁିକି ଓ କେଉଁ ପରିସ୍ଥିତିରେ ଏଭଳି କଲେ ତାହା ଜଣାପଡି ନାହଁି। ଏଠାରେ ୨୪ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଥିବାବେଳେ ଏଭଳି ଘଟଣାକୁ ନେଇ ଜେଲର ସୁରକ୍ଷା ବ୍ୟବସ୍ଥା ପ୍ରତି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନାଯୋଗ୍ୟ, ଗତ ଜୁନ ୨୦ତାରିଖରେ ତୃତୀୟ ଅତିରିକ୍ତ ଦୌରାଜଜ୍ଙ୍କ ପୋକ୍ସୋ କୋର୍ଟରୁ ଦେବ ଚୌଦ୍ୱାର ଜେଲକୁ ଆସିଥିଲେ।
OMC ଗେଟ୍ରେ ତାଲା ପକାଇଲେ ସୁରକ୍ଷାକର୍ମୀ
ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…
ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…
ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…
କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….
ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…
ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…
ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…
ପାକିସ୍ତାନରେ ଆଇପିଏଲ ବ୍ୟାନ୍, ହେଲେ ସୀମା ଆରପାରିରେ ଜୋର୍ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା
ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…
ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ
ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…
ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ
କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…
ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ
ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…
Archives

