ଜେଲରେ ବ୍ୟାପୁଛି କରୋନା

କଟକ ଅଫିସ,୧୦ା୬: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପିରିକି ଜେଲ୍‌ରେ ମଧ୍ୟ ସଂକ୍ରମଣ ବ୍ୟାପୁଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ୨ ଓ ରାଉରକେଲା ଉପ କାରାଗାରରେ ୬ ଜଣ ବିଚାରାଧୀନ କଏଦୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଗୋଷ୍ଠୀ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ତଥା ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ବସିଛି। ଏଥିରେ ଗୃହ ବିଭାଗ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା ଓ ମହାନିର୍ଦ୍ଦେଶକ (କାରାଗାର) ସନ୍ତୋଷ ଉପାଧ୍ୟାୟ ଉପସ୍ଥିତ ଥିଲେ। ବୈଠକର ନିଷ୍ପତ୍ତି କ୍ରମେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ରାଜ୍ୟରେ ଥିବା ପ୍ରତ୍ୟେକ ଜିଲା କାରାଗାର ଓ ଉପକାରାଗାରରେ ଥିବା ବିଚାରାଧୀନ କଏଦୀଙ୍କ କରୋନା ପରୀକ୍ଷଣ କରାଇବେ। ଆବଶ୍ୟକସ୍ଥଳେ ଜେଲ୍‌ ବିଭାଗ ନିର୍ଦ୍ଦେଶକଙ୍କ ସହାୟତାରେ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶ ମୁତାବକ ନିଆଯାଇଥିବା ପଦକ୍ଷେପର ସବିଶେଷ ବିବରଣୀ ଏକ ସପ୍ତାହ ମଧ୍ୟରେ ଉଚ୍ଚସ୍ତରୀୟ କମିଟିକୁ ଦିଆଯିବ। ଗୃହ ବିଭାଗ ମୁଖ୍ୟ ଶାସନ ସଚିବ, ଡିଜିପି ଓ ସମସ୍ତ ହିତାଧିକାରୀଙ୍କ ନିକଟରେ ଅର୍ନେଶ କୁମାର ଭର୍ସେସ ଷ୍ଟେଟ ଅଫ ବିହାର, (୨୦୧୪)୮ ଏସ୍‌ସିସି ୨୭୩ କେସ୍‌ର ପୁନଃ ଆଲୋଚନା କରାଯାଇ ଏହାର ନିର୍ଦ୍ଦେଶନାମାକୁ କଡ଼ାକଡ଼ି ପାଳନ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri