୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ

ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ ବିଲପାର୍ଶ୍ୱ କିଆବୁଦାରୁ ଜେଲ କର୍ମଚାରୀମାନେ ତାଙ୍କୁ କାବୁ କରିଛନ୍ତି। ଏକ ବଳାତ୍କାର ମାମଲାରେ ଗିରଫ ହୋଇ ଗତ ଡିସେମ୍ବର ୭ରେ ଛତ୍ରପୁର ସବ୍‌ଜେଲକୁ ଆସିଥିବା କବିରାଜ ପାଚେରି ଡେଇଁ ଚମ୍ପଟ ମାରିଥିବା ନେଇ ସବ୍‌ଜେଲ ସୁପରିଣ୍ଟେଣ୍ଡେଣ୍ଟ ଶୁଭସ୍ମିତା ବିଶ୍ୱାଳ ମଙ୍ଗଳବାର ଛତ୍ରପୁର ଥାନାରେ ଏତଲା ଦେଇଥିଲେ। ଏଥିସହ ଏ ସମ୍ପର୍କରେ ସେ ଡିଆଇଜି(ପ୍ରିଜନ୍‌) ରଘୁନାଥ ମାଝିଙ୍କୁ ମଧ୍ୟ ଜଣାଇଥିଲେ। ଡିଆଇଜି ମାଝିଙ୍କ ସମେତ ବ୍ରହ୍ମପୁର ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଏ. କେ. ସିହ୍ନା, ଛତ୍ରପୁର ଏସ୍‌ଡିପିଓ ଗୌତମ କିଶାନ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ସବ୍‌ଜେଲରେ ପହଞ୍ଚି ତଦନ୍ତ କରିଥିଲେ। ସିସିଟିଭି ଫୁଟେଜ୍‌ ଯାଞ୍ଚ ଓ ଜେଲ୍‌ ପଛପଟ ପାଚେରି ବାହାରେ ଥିବା ଚିହ୍ନରୁ ଅଭିଯୁକ୍ତ ପାଚେରି ଡେଇଁ ଚମ୍ପଟ ମାରିଥିବା ଜଣାପଡିଥିଲା।
କବିରାଜଙ୍କ ବିରୋଧରେ ଜଣେ ମହିଳା ବଳାତ୍କାର ଅଭିଯୋଗ ଆଣିଥିଲେ। ଗତ ମାର୍ଚ୍ଚ ୬ ତାରିଖରେ ଏ ନେଇ ଛତ୍ରପୁର ଥାନାରେ ଏତଲା ହୋଇଥିଲା। ଏହାପରେ କବିରାଜ ଫେରାର୍‌ ଥିଲେ। ଡିସେମ୍ବର ୭ ତାରିଖରେ ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସୋମବାର ସନ୍ଧ୍ୟାରେ ଜେଲ ଅନ୍ତେବସୀଙ୍କ ଗଣତି ବେଳେ କବିରାଜ ନ ଥିବା ଜଣାପଡ଼ିଥିଲା। ମଙ୍ଗଳବାର ପୂର୍ବାହ୍ନରେ ଏ ସମ୍ପର୍କରେ ଛତ୍ରପୁର ଥାନାରେ ଅବଗତ କରାଯାଇଥିଲା । ପୋଲିସ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri