ଜେଲ୍‌ ଯିବେ ନିଶାଗ୍ରସ୍ତ ଡ୍ରାଇଭର

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଉଥିବା ଡ୍ରାଇଭରମାନଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧରାପଡିଲେ ଏଣିକି ଜେଲ ଯିବାକୁ ପଡିବ। କେବଳ ଜରିମାନା ଆଦାୟ କରି ନିଶାସକ୍ତ ଡ୍ରାଇଭରଙ୍କୁ ଛଡ଼ାଯିବ ନାହିଁ। ତୁରନ୍ତ ସେମାନଙ୍କୁ କୋର୍ଟ ଚାଲାଣ କରାଯିବ। ଜେଲ ଦଣ୍ଡ ସହ ଜରିମାନା ମଧ୍ୟ ଦେବାକୁ ହେବ। ଏ ନେଇ ପଦକ୍ଷେପ ନେବାକୁ ପରିବହନ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ୩୫ଟି ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଯାନବାହନ ଯାଞ୍ଚ ପ୍ରକ୍ରିୟାକୁ ଆହୁରି କଡ଼ାକଡ଼ି କରାଯିବ ବୋଲି ପରିବହନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଇବା ଦ୍ୱାରା ରାଜ୍ୟରେ ଅଧିକ ଯାନବାହନ ଦୁର୍ଘଟଣା ହେଉଛି। ଏଥିଯୋଗୁ ମୃତାହତଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି। ପରିବହନ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୧ରେ ମୋଟରଯାନ ଦୁର୍ଘଟଣାରେ ୩୮୦୨ ଜଣ ପ୍ରାଣ ହରାଇଥିବା ବେଳେ ୫୩୪୯ ଜଣ ଗୁରୁତର ଆଘାତ ହୋଇଥିଲେ। ସେହିପରି ୨୦୧୨ରେ ୩୭୦୧ଜଣ ସଡ଼କ ଦୁର୍ଘଟଣାରେ ଜୀବନ ହରାଇଥିବା ବେଳେ ୫୨୬୦ ଜଣ ଗୁରୁତର ଆହତ ହୋଇଥିଲେ। ତେବେ ୨୦୧୪ରୁ ୨୦୧୮ ମଧ୍ୟରେ ୫୨ ହଜାର ୬୫୯ ସଡ଼କ ଦୁର୍ଘଟଣାରେ ୨୨ ହଜାର ୮୦୦ ଜଣଙ୍କର ଜୀବନ ଯାଇଛି। ୨୦୧୪ରେ ୯୪୬୮ ଦୁର୍ଘଟଣାରେ ୩୯୩୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୧୫ରେ ୧୦୫୪୨ ଦୁର୍ଘଟଣାରେ ୪୩୦୩, ୨୦୧୬ରେ ୧୦୫୩୨ ଦୁର୍ଘଟଣାରେ ୪୪୬୩, ୨୦୧୭ରେ ୧୦୮୫୫ ସଡ଼କ ଦୁର୍ଘଟଣାରେ ୪୭୯୦ ଜଣ ଏବଂ ୨୦୧୮ରେ ୧୧୨୬୨ ଦୁର୍ଘଟଣାରେ ୫୩୧୩ ଜଣଙ୍କର ବହୁ ମୂଲ୍ୟ ଜୀବନ ଚାଲିଯାଇଛି। ରାସ୍ତାଘାଟ ଚଉଡା ହେଉଥିଲେ ମଧ୍ୟ ବେଳକୁ ବେଳ ଦୁର୍ଘଟଣା ସଂଖ୍ୟା ବଢି ବଢି ଚାଲିଛି। ବେପରୁଆ ଗାଡ଼ି ଚାଳନା ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଛି। ମଦ ପିଇ ଗାଡ଼ି ଚଳାଇବା ଓ ମୋବାଇଲ ବ୍ୟବହାର ଦ୍ୱାରା ଅଧିକ ଦୁର୍ଘଟଣା ହେଉଛି ବୋଲି ବିଭାଗ ଦ୍ୱାରା କରାଯାଇଥିବା ସର୍ଭେରୁ ଜଣାପଡିଛି। ଏହାକୁ ଦୃଷ୍ଟିରେ ରଖି ମଦୁଆ ଡ୍ରାଇଭରଙ୍କୁ ଜେଲ ପଠାଇବାକୁ ନିଷ୍ପତ୍ତି ନିଆଯାଇଛି। ଜୁନ୍‌ ୧୮ ତାରିଖରେ ଯାଞ୍ଚ କରିବା ବେଳେ ୫ଜଣ ମଦ ପିଇ ଗାଡି ଚଳାଉଥିବା ବେଳେ ବିନା ହେଲମେଟରେ ଗାଡି ଚଳାଉଥିବା ୧୪୫ଜଣ, ଅତ୍ୟଧିକ ବେଗରେ ୯୧ଜଣ ଓ ୧୦ ଜଣ ମୋବାଇଲରେ କଥା ହୋଇ ଗାଡି ଚଳାଉଥିବା ବେଳେ ଧରାପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri