Posted inରାଜ୍ୟ

ଜୈବବିବିଧତା ବଜାୟ ରହିଲେ ପରିବେଶ ସମୃଦ୍ଧି ଅତୁଟ ରହିବ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ ଜିଲା କୋଶଳା ଚନ୍ଦନନଗର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କୋଶଳା ଚନ୍ଦନନଗର ବନ୍ୟପ୍ରାଣୀ ସମିତି ଓ ନିୟୁଜ ଅନୁଷ୍ଠାନ ଏବଂ କୋଶଳା ପଞ୍ଚାୟତ ଜୈବ ବିବିଧତା ପରିଚାଳନା ସମିତି ପକ୍ଷରୁ ବୁଧବାର ଅନ୍ତର୍ଜାତୀୟ ଜୈବ ବିବିଧତା ଦିବସ ପାଳିତ ହୋଇଯାଇଛି। ନିୟୁଜ ଅନୁଷ୍ଠାନର ସଂଯୋଜକ ଅଭୟ କୁମାର ରଣାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଦିବସରେ ମୁଖ୍ୟଅତିଥି ଭାବେ ପରିବେଶବିତ ପ୍ରଦୀପ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଛେଣ୍ଡିପଦା ବ୍ଲକ ଉପାଧ୍ୟକ୍ଷା ସୁଷମା ରାଉଳ, ଚନ୍ଦନନଗର ବନସୁରକ୍ଷା ସମିତି ସଭାପତି ଭାସ୍କର ଚଦ୍ର ବେହେରା, ସାମ୍ବାଦିକ ଦିଲୀପ କୁମାର ସାହୁ, କୋଶଳା ବନବିଭାଗ କାର୍ଯ୍ୟାଳୟର ଫରେଷ୍ଟଗାର୍ଡ ଗୀତୀଳୀ ସାହୁ ପ୍ରମୁଖ ଯୋଗ ଦେଇ ମୃତ୍ତିକା କ୍ଷୟ, ଜଳ, ପରିମଳ, ସ୍ବାସ୍ଥ୍ୟ, ଜଳବାୟୁ ପରିବର୍ତନ, ପ୍ରକୃତିକ ବିପର୍ଯ୍ୟୟ, ଜଙ୍ଗଲ କ୍ଷୟ ଆଦି ସମ୍ପର୍କରେ ଆଲୋଚନା କରିଥିଲେ। ସେହିପରି ଜୈବବିବିଧତାକୁ ବଜାୟ ରଖିଲେ ପ୍ରାକୃତିକ ପରିବେଶର ସନ୍ତୁଳନ ରହିବ ନ ଚେତ ଆଗକୁ ପରିବେଶ ଉପରେ ବିପଦ ବଢ଼ି ଚାଲିବ। ଜୈବବିବିଧତା ବଜାୟ ରହିଲେ ଖାଦ୍ୟ ନିରାପତ୍ତା ଓ ପରିବେଶୀୟ ସମୃଦ୍ଧି ଅତୁଟ ରହିବ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ମହିଳାପୁରୁଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri