Posted inଜାତୀୟ

ଜୈଶ୍‌ ଟାର୍ଗେଟ୍‌ରେ ମୋଦି

ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ଲାଗି ଯୋଜନା କରିଛନ୍ତି। ଆସନ୍ତା ୨୨ରେ ମୋଦି ରାମଲୀଳା ମଇଦାନରେ ଭାଜପାର ଏକ ବିଶାଳ ରାଲିକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ସେଠାରେ ଜୈଶ-ଇ-ମହମ୍ମଦ (ଜେଇଏମ୍‌)ର ଆତଙ୍କବାଦୀ ମୋଦିଙ୍କୁ ଟାର୍ଗେଟ କରିପାରନ୍ତି ବୋଲି ଗୋଇନ୍ଦା ସଂସ୍ଥା ସ୍ବତନ୍ତ୍ର ସୁରକ୍ଷା ଗ୍ରୁପ୍‌ (ଏସ୍‌ପିଜି) ଏବଂ ଦିଲ୍ଲୀ ପୋଲିସକୁ ସତର୍କ କରାଇଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦିଗରେ ସମସ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି ଗୋଇନ୍ଦା ବିଭାଗ ପରାମର୍ଶ ଦେଇଛି।
ରାମଲୀଳା ମଇଦାନରେ ହେବାକୁ ଥିବା ରାଲିରେ ପ୍ରଧାନମନ୍ତ୍ରୀଙ୍କ ସମେତ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ। ସେଠାରେ ସୁରକ୍ଷା ଦାୟିତ୍ୱରେ ଥିବା ଏସ୍‌ପିଜି ଏବଂ ଦିଲ୍ଲୀ ପୋଲିସକୁ ‘ଗଣତାନ୍ତ୍ରିକ ରାଷ୍ଟ୍ରରେ ସୁରକ୍ଷା ବ୍ୟବସ୍ଥା’ ପୁସ୍ତକ (ବ୍ଲୁ ବୁକ୍‌)ର ଅନୁଚ୍ଛେଦ ୧୦ରେ ଥିବା ମାର୍ଗଦର୍ଶିକା ଅନୁଯାୟୀ ପଦକ୍ଷେପ ନେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri