Posted inଖେଳ

ଜୋକୋଭିଚ୍‌ଙ୍କ ରେକର୍ଡ

ଅଷ୍ଟ୍ରେଲିଆନ ଓପନରେ ଅଭିଜ୍ଞ ସର୍ବୀୟ ଖେଳାଳି ନୋଭାକ ଜୋକୋଭିଚ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଛନ୍ତି। ସେ ରେକର୍ଡ ଅଷ୍ଟମଥର ପାଇଁ ଚାମ୍ପିୟନ ହେବା ସହ କ୍ୟାରିୟରର ୧୭ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି।

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌ ଗ୍ରାଣ୍ଡସ୍ଲାମ। ବର୍ଷର ଏହି ପ୍ରଥମ ଗ୍ରାଣ୍ଡସ୍ଲାମ୍‌ ବିଶ୍ୱର ଶ୍ରେଷ୍ଠ ଚାରୋଟି ଗ୍ରାଣ୍ଡସ୍ଲାମ୍‌ ମଧ୍ୟରୁ ଅନ୍ୟତମ। ପୁରୁଷ ବିଭାଗରେ ରୋଜର ଫେଡରର୍‌, ରାଫାଲ ନାଡାଲ୍‌, ଷ୍ଟାନିସ୍‌ଲାସ୍‌ ୱାରିଙ୍କା, ଜନ୍‌ ଇସ୍‌ନର, ଡେଭିଡ ଗଫିନ୍‌, ସାମ୍‌ କ୍ୟୁରେ, ନୋଭାକ ଜୋକୋଭିଚ୍‌ଙ୍କ ଭଳି ତାରକା ଖେଳାଳି ସାମିଲ ରହିଥିଲେ। ସେହିପରି ମହିଳା ବିଭାଗରେ ସିମୋନା ହାଲେପ୍‌, ସୋଫିଆ କେନିନ୍‌, ଗାର୍ବାଇନ୍‌ ମୁଗୁରୁଜା, ଆସେଲ ବାର୍ଟି, ଆଞ୍ଜେଲିକ୍‌ କର୍ବର, ନାଓମି ଓସାକା, ସେରେନା ୱିଲିୟମ୍‌ସ, କାରୋଲିନା ପ୍ଲିସ୍କୋଭାଙ୍କ ପରି ନାମୀଦାମୀ ଖେଳାଳି ସାମିଲ ରହିଥିଲେ। ପୁରୁଷ ବିଭାଗର କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରୁ ନାଡାଲ, ଓ୍ବାରିଙ୍କା, ମିଲୋସ ରାଓନିକ୍‌ ବିଦାୟ ନେଇଥିଲେ। ସେମିଫାଇନାଲରେ ଆଲେକ୍‌ଜାଣ୍ଡାର ଜେଭରେଭ୍‌ ଏବଂ ରୋଜର ଫେଡରରଙ୍କ ପରି ଖେଳାଳିଙ୍କ କଡ଼ା ସଂଘର୍ଷ ପରେ ପରାଜୟ ବରଣ କରି ଟେନିସ୍‌ପ୍ରେମୀମାନଙ୍କୁ ହତାଶ କରିଥିଲେ।
ପୁରୁଷ ବିଭାଗରେ ସର୍ବିୟାର ନୋଭାକ ଜୋକୋଭିଚ୍‌ ଟାଇଟଲ ହାସଲ କରିଛନ୍ତି। ସେ ଏଥିସହିତ ରେକର୍ଡ ଅଷ୍ଟମଥର ପାଇଁ ଅଷ୍ଟ୍ରେଲିଆନ୍‌ ଓପନ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ଜୋକୋଭିଚ୍‌ ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ ୬-୪, ୪-୬, ୨-୬, ୬-୩, ୬-୪ ସେଟ୍‌ରେ ପଞ୍ଚମ ସିଡ୍‌ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ଙ୍କୁ ପରାସ୍ତ କରି ଏହି ସଫଳତା ପାଇଛନ୍ତି। ଏଥିସହିତ ଜୋକୋଭିଚ୍‌ ଟେନିସ୍‌ ର଼୍ୟାଙ୍କିଙ୍ଗ୍‌ରେ ୧ମ ସ୍ଥାନକୁ ପ୍ରତ୍ୟାବର୍ତ୍ତନ ସହିତ କ୍ୟାରିୟରର ୧୭ତମ ଗ୍ରାଣ୍ଡସ୍ଲାମ୍‌ ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri