ଜୋତା ଚୋରାଇବାରୁ ରାଗିଗଲେ ବର, ବିବାହ ଭାଙ୍ଗିଦେଲେ କନ୍ୟା

ମୁଜାଫରନଗର, ୧୫।୧୨: ବିବାହ ସମୟରେ ଜୋତା ଚୋରାଇବା ଏକ ପରମ୍ପରା ରହିଛି। କନ୍ୟାଙ୍କ ଭଉଣୀ ଏହି ପରମ୍ପରା ନିଭାଇବାର ବିଧି ରହିଛି। କିନ୍ତୁ ଏହି ଜୋତା ଚୋରା ପରମ୍ପରା ଯୋଗୁ ଏକ ବିବାହ ଭାଙ୍ଗିଯାଇଛି। ଉତ୍ତର ପ୍ରଦେଶର ମୁଜାଫରନଗରରେ ଘଟିଛି ଏଭଳି ଘଟଣା। ସିସୌଲିରେ ଚାଲିଥିବା ଏକ ବିବାହ କାର୍ଯ୍ୟକ୍ରମରେ ବରର ଜୋତା ଚୋରାଇଥିଲେ ଶାଳୀ। ଏହାର ବଦଳରେ ଶାଳୀ ଏବଂ ତାଙ୍କ ସାଙ୍ଗମାନେ ଟଙ୍କା ମାଗିଥିଲେ। କିନ୍ତୁ ଏଥିରେ ରାଗି ଯାଇ ବର ସେଠାରେ ଉପସ୍ଥିତି କିଛି ମହିଳାଙ୍କୁ ଅପଶବ୍ଦ କହିଥିଲେ। ଘଟଣାରେ ବରଙ୍କୁ କନ୍ୟା ଘର ପକ୍ଷରୁ ଯେତେବେ ବୁଝାଇବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସେ ରାଗିଯାଇ ଜଣଙ୍କୁ ଚାପୁଡା ମାରିଥିଲେ। ଏସବୁ ଦେଖି କନ୍ୟା ନିଜ ବିବାହ ଭାଙ୍ଗି ଦେଇଥିଲେ। ଏପରିକି ଯୌତକ ବାବଦରେ ନେଇଥିବା ୧୦ ଲକ୍ଷ ଟଙ୍କା ଫେରାଇ ଦେବାକୁ ମଧ୍ୟ ଅଡି ବସିଥିଲେ। ବର, ତାଙ୍କ ପିତା ଏବଂ ଦୁଇ ସମ୍ପର୍କୀୟଙ୍କୁ କନ୍ୟା ଘର ପକ୍ଷରୁ ବନ୍ଧକ ରଖାଯାଇଥିଲା। ପୋଲିସ କୌଣସି ସୁତ୍ରରୁ ଖବର ପାଇଁ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ମାମଲାର ସମାଧାନ ପାଇଁ ଉଭୟ ପକ୍ଷରୁ ବୁଝାଇଥିଲେ ମଧ୍ୟ କୌଣସି ସମାଧାନ ବାହାରିପାରି ନ ଥିଲା। ଫଳରେ ବିବାହ ଭାଙ୍ଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡା କଲେଜର ଯୁକ୍ତ–୩ ଫଳ ପ୍ରକାଶିତ: ଅର୍ଚ୍ଚିତା, ଲକ୍ଷ୍ମୀପ୍ରିୟା ,ଶାନ୍ତନୁ ବିଭାଗୀୟ ଟପ୍ପର

କେନ୍ଦ୍ରାପଡା, ୩୦।୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଯୁକ୍ତ–୩ ପରୀକ୍ଷାର ଫଳ ଶନିବାର ପ୍ରକାଶ ପାଇଛି। ଏଥର ଛାତ୍ରମାନଙ୍କ ତୁଳନାରେ ଛାତ୍ରୀମାନେ ଉତ୍କୃଷ୍ଟ ଫଳାଫଳ କରି…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ପାରାଦୀପ ବନ୍ଦରରେ ଦୁର୍ଘଟଣା: କ୍ରେନ୍ ବକେଟ୍ ପଡି ଚାଳକଙ୍କ ମୃତ୍ୟୁ

ପାରାଦୀପ, ୩୦।୫ (ଶରତ ରାଉତ): ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ ସି କ୍ୟୁ–୧ ନମ୍ବର ବର୍ଥ ନିକଟରେ ଶନିବାର ମଧ୍ୟାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ଣେ ଚାଳକଙ୍କ ମୃତ୍ୟୁ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri