Posted inଖେଳ

ଜୋତା ଲୁଚାରେ ଏତିକି ଟଙ୍କା ଦେଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣିଲେ ଉଡିଯିବ ହୋଶ୍‌: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୯।୭: ଟିମ ଇଣ୍ଡିଆର ତାରକା ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ଏକ ଖରାପ ସମୟ ଦେଇ ଗତି କରୁଛନ୍ତି। ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ଛାଡପତ୍ର ହୋଇଛି। ଏନେଇ ଉଭୟ ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି।
ହାର୍ଦ୍ଦିକ ୨୦୨୦ରେ ନତାଶାଙ୍କୁ ବିବାହ କରିଥିଲେ। ଏହି ଦମ୍ପତିଙ୍କର ଏକ ତିନି ବର୍ଷର ପୁଅ ଅଗସ୍ତ୍ୟ ମଧ୍ୟ ଅଛନ୍ତି।
ହିନ୍ଦୁ-ଖ୍ରୀଷ୍ଟିଆନ ରୀତିନୀତି ଅନୁଯାୟୀ ହାର୍ଦ୍ଦିକ-ନତାଶା ୧୪ ଫେବୃଆରୀରେ ରାଜସ୍ଥାନର ଉଦୟପୁରରେ ବିବାହ କରିଥିଲେ। ଏହି ବିବାହ ସମାରୋହରେ କିଛି ବିଶେଷ ଅତିଥି ଏବଂ ବନ୍ଧୁ ଯୋଗ ଦେଇଥିଲେ। ସୋସିଆଲ ମିଡିଆରେ ଏହି ବିବାହର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜୋତା ଚୋରି ରୀତିନୀତି ସମୟରେ ସେ ତାଙ୍କ ଭାଉଜ ପଙ୍ଖୁରୀଙ୍କୁ ପାଞ୍ଚ ଲକ୍ଷ ଟଙ୍କା ଦେବା କଥା କହୁଛନ୍ତି। ସୋସିଆଲ ମିଡିଆରେ ଏହି ଭାଇରାଲ ଭିଡିଓକୁ ଲୋକମାନେ ପ୍ରତିକ୍ରିୟା କରୁଛନ୍ତି।
ନତାଶା ଷ୍ଟାନକୋଭିକ ଜଣେ ସର୍ବିଆର ମଡେଲ ଏବଂ ଅଭିନେତ୍ରୀ। ଏହି ଦମ୍ପତି ପ୍ରଥମେ ଏକ ନାଇଟ କ୍ଲବରେ ଭେଟିଥିଲେ। ଏହା ପରେ ହାର୍ଦ୍ଦିକ ନତାଶାଙ୍କୁ ତାଙ୍କ ଜୀବନ ସାଥୀ ହେବାକୁ ପ୍ରସ୍ତାବ ଦେଇଥିଲେ। ଏହି ଦମ୍ପତିଙ୍କର ପ୍ରଥମ ସନ୍ତାନ ଅଗସ୍ତ୍ୟ ପାଣ୍ଡ୍ୟା ୩୦ ଜୁଲାଇ ୨୦୨୦ରେ ଜନ୍ମଗ୍ରହଣ କରିଥିଲେ।

 

View this post on Instagram

 

A post shared by BollywoodNow (@bollywoodnow)


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri