ଜୋନାଲ୍‌ସ୍ତରୀୟ ଲିଗାଲ ଲିଟ୍ରେସି ଫେଷ୍ଟିଭାଲ: ‘ଆମ ଅଧିକାର ଆମେ ପାଇବୁ’ ଶ୍ରେଷ୍ଠ ବିବେଚିତ

ଅନୁଗୋଳ ଅଫିସ, ୯।୯ : ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜୋନ୍‌ସ୍ତରୀୟ କ୍ଷୁଦ୍ର ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସେହିପରି ଅନୁଗୋଳ କୋର୍ଟ ପରିସରରେ ପ୍ରାଧିକରଣ ପକ୍ଷରୁ ଜୋନ୍‌ସ୍ତରୀୟ ପ୍ରବନ୍ଧ, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲା ଦୌରାଜଜ୍‌ ତଥା ଜିଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଅଶାନ୍ତ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ମୁଖ୍ୟ ନ୍ୟାୟିକ ଅଧିକାରୀ ସୌମ୍ୟକ ପାତ୍ର, ରେଜିଷ୍ଟ୍ରାର ବାସୁଦେବ ଆଚାର୍ଯ୍ୟ, ଅନୁବିଭାଗୀୟ ଦଣ୍ଡଧିକାରୀ ବିଶ୍ୱଜିତ ନାୟକ ଓ ଦ୍ୱିତୀୟ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସଞ୍ଜୀବ କୁମାର ପଣ୍ଡା ଅତିଥିଭାବେ ଯୋଗଦେଇଥିଲେ।
ଜିଲା ପରିଷଦ ସମ୍ମିଳନୀ କକ୍ଷରେ ହୋଇଥିବା ଜୋନ୍‌ସ୍ତରୀୟ କ୍ଷୁଦ୍ର ନାଟକ ପ୍ରତିଯୋଗିତାରେ ଜବାହର ନବୋଦୟ ବିଦ୍ୟାଳୟ ଚମ୍ପତିମୁଣ୍ଡା ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଦର୍ଶିତ ନାଟକ ‘ଆମ ଅଧିକାର ଆମେ ପାଇବୁ’ ଶ୍ରେଷ୍ଠ ବିବେଚିତ ହୋଇଥିଲା। ପାରାଲିଗାଲ ଭଲ୍ୟୁଣ୍ଟର ଲିପିକା ମହାପାତ୍ର ଏହାର ନିର୍ଦ୍ଦେଶନା ଦେଇଥିଲେ। ଝାରସୁଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଦର୍ଶିତ ନାଟକ ‘ନ୍ୟାୟ ଆମ ଅଧିକାର’ ଓ ଦେବଗଡ଼ର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ବୁଢ଼ାପାଳର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରଦର୍ଶିତ ନାଟକ ‘ପ୍ରାପ୍ୟ’ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ବିବେଚିତ ହୋଇଥିଲା। ସେହିଭଳି ଜୋନ୍‌ସ୍ତରୀୟ ପ୍ରବନ୍ଧ, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ ଛାତ୍ରୀ ସମୀକ୍ଷା ମହାନ୍ତି ପ୍ରଥମ, ରାକ୍ଷୀ କାଣ୍ଟା ଦ୍ୱିତୀୟ ଓ ଛାତ୍ର ଜିବିତେଶ ବେହେରା ତୃତୀୟ ସ୍ଥାନ ଅଧିକାର କରିଥିଲେ। ବକ୍ତୃତାରେ ଛାତ୍ରୀ ଈପ୍‌ସିତା ପ୍ରଧାନ ପ୍ରଥମ, ଛାତ୍ର ଉମେଶ ମେହେର ଦ୍ୱିତୀୟ ଓ ଛାତ୍ରୀ ସସ୍ମିତା ସାହୁ ତୃତୀୟ ହୋଇଥିଲେ। ଚିତ୍ରାଙ୍କନରେ ଛାତ୍ର ମନିଷ କୁମାର ରାଉତ ପ୍ରଥମ, ତନୁଜ କହଁର ଦ୍ୱିତୀୟ ଓ ଛାତ୍ରୀ ଦେବସ୍ମିନ ମହାରଣା ତୃତୀୟ ସ୍ଥାନ ଅଧିକାର କରିଥିଲେ। ବିଚାରକ ଭାବେ ଅଭିନେତା ଅଶୋକ କୁମାର ଦାସ, ଅବସରପ୍ରାପ୍ତ ଅଧ୍ୟାପକ ପ୍ରଦୀପ କୁମାର ଦାସ, ଅବସରପ୍ରାପ୍ତ ପ୍ରଫେସର ଡ. ଇନ୍ଦିରା ଦାଶ, ଅବସରପ୍ରାପ୍ତ ଅଧ୍ୟାପିକା ଡ. ମଞ୍ଜୁଲତା ମହାପାତ୍ର, ସରକାରୀ ଓକିଲ ପରମାନନ୍ଦ ମିଶ୍ର, ଅବସରପ୍ରାପ୍ତ କଳା ଶିକ୍ଷକ ରବୀନ୍ଦ୍ର ନାଥ ସାହୁ, ସାମାଜିକ କର୍ମୀ ପର୍ଶୁରାମ ଦାଶ ପ୍ରମୁଖ ପ୍ରତିଯୋଗିତା ଗୁଡ଼ିକର ମୂଲ୍ୟାୟନ କରିଥିଲେ। ଶେଷରେ ବିଜେତାମାନଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରାଯାଇଥିଲା। ଜିଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଅଭିନନ୍ଦିତା ପଣ୍ଡା ଏହାକୁ ପରିଚାଳନା କରିଥିଲେ। ପ୍ରାଧିକରଣର ସମସ୍ତ କର୍ମକର୍ତ୍ତା ଓ ପାରାଲିଗାଲ୍‌ ଭଲ୍ୟୁଣ୍ଟରମାନେ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri