ଜୋରଦାର ହେଲା ପଲିଥିନ ଧରପଗଡ: ଗୋଦାମ ମାଲିକଙ୍କୁ ଗୋଡାଇ ଧରିଲେ

ଭଞ୍ଜନଗର,୧୯।୬(ଡି.ଏନ.ଏ.)- ପଲିଥିନ ଏବଂ ପ୍ଲାଷ୍ଟିକ୍‌ ବ୍ୟବହାରକୁ ରୋକିବା ପାଇଁ ଭଞ୍ଜନଗର ଏନ୍‌ଏସି ପକ୍ଷରୁ ବୁଧବାରଠାରୁ ଚଢାଉ ଜୋରଦାର କରାଯାଇଛି। ମଙ୍ଗଳବାର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୨୭ କେଜି ପଲିଥିନ ଜବତ କରାଯାଇଥିବା ବେଳେ ଗୁରୁବାର ୨୫ କେଜି ପଲିଥିନ ଜବତ କରାଯାଇଛି। ଜଣେ ଗୋଦାମ ମାଲିକ ଚଢାଉ ସମ୍ପର୍କରେ ଆଗୁଆ ସୂଚନା ପାଇ ସ୍କୁଟିରେ ପଲିଥିନ ଲଦି ଫୋପାଡ଼ିବାକୁ ଯାଉଥିବାବେଳେ ଚଢ଼ାଉ ଟିମ୍‌ ପିଛା କରି ନଦୀ କୂଳରୁ ପଲିଥିନ ଜବତ କରିଥିଲେ। ଏଥିସହ ଏକାଧିକ ରାଶନ ଦୋକାନ ଓ ହୋଟେଲରେ ଯାଞ୍ଚ କରାଯାଇଥିଲେ ମଧ୍ୟ ପଲିଥିନ ମିଳି ନ ଥିଲା। ନିର୍ବାହୀ ଅଧିକାରୀ ଭଜରାମ ବିଶ୍ୱାଳଙ୍କ ନିର୍ଦ୍ଦେଶକ୍ରମେ ଯନ୍ତ୍ରୀ ସୁଶାନ୍ତ କୁମାର ସାହୁ, ଦିଲୀପ ସ୍ବାଇଁ, ଶିବ ପ୍ରଧାନ, ଶ୍ରୀନିବାସ ଗୌଡ଼, ଅଶୋକ ପ୍ରଧାନ, ଭାସ୍କର ପତି, ଲୋଚନ ପ୍ରଧାନ ପ୍ରମୁଖ ଏହି ଚଢ଼ାଉର ନେତୃତ ନେଇଥିଲେ। ଅନ୍ୟପକ୍ଷରେ ସହରରେ ବହୁଳଭାବେ ପାଣି ପାଉଚ୍‌ ବ୍ୟବହାର ହେଉଛି। ଏହାକୁ ରୋକିବା ପାଇଁ ଏନ୍‌ଏସି ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଏନେଇ ଏନ୍‌ଏସିର ଜଣେ ଅଧିକାରୀ ଏଠାରେ କହିଛନ୍ତି ଯେ, ବେନିୟମ ପଲିଥିନ ବ୍ୟବହାର ସମ୍ପୁର୍ଣ୍ଣ ବନ୍ଦ ହେବାପର୍ଯ୍ୟନ୍ତ ଏହି ଚଢ଼ାଉ ଜାରି ରହିବ। ପାଣି ପାଉଚ୍‌ ବ୍ୟବହାର ଉପରେ ମଧ୍ୟ ଚଢ଼ାଉ ହେବ। ବର୍ଜ୍ୟବସ୍ତୁ ପରିଚାଳନା ଆଇନକୁ କଡ଼ାକଡ଼ି ଭାବେ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri