ଜ୍ୱର, ବାନ୍ତିରେ ୩୭ ଛାତ୍ରୀଛାତ୍ର ଆକ୍ରାନ୍ତ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବର୍ଦ୍ଧନପୁର ପଞ୍ଚାୟତ ନିଧିପଡ଼ା ଗ୍ରାମରେ ଥିବା ଆଦିବାସୀ କଲ୍ୟାଣ ବିଭାଗର ନିଧିପଡ଼ା ସେବାଶ୍ରମ ସ୍କୁଲ୍‌ର ୩୭ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଏକକାଳୀନ ଜ୍ୱର ଓ ବାନ୍ତି ହୋଇଥିଲା। ସମସ୍ତଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଏହି ସେବାଶ୍ରମରେ ପ୍ରଥମରୁ ପଞ୍ଚମ ପର୍ଯ୍ୟନ୍ତ ଅନୁସୂଚିତ ଜାତି ଓ ଜନଜାତି ପିଲାମାନଙ୍କୁ ରଖାଯାଇ ସେମାନଙ୍କ ଲାଗି ମାଗଣା ଖାଦ୍ୟ, ପୋଷାକ ଏବଂ ଶିକ୍ଷା ବ୍ୟବସ୍ଥା କରାଯାଇଛି। ସବୁଦିନ ପରି ସୋମବାର ମଧ୍ୟାହ୍ନରେ ସେମାନଙ୍କୁ ଭାତ, ତରକାରି ଖାଇବାକୁ ଦିଆଯାଇଥିଲା। ରାତିରେ ସମସ୍ତେ ଚୂଡା ଖାଇ ଶୋଇଥିଲେ। ମଙ୍ଗଳବାର ପୂର୍ବାହ୍ନରେ ଏକାଧିକ ପିଲାଙ୍କୁ ଜ୍ୱର ହେବା ସହିତ ବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଧୀରେ ଧୀରେ ଅଧିକରୁ ଅଧିକ ଛାତ୍ରୀଛାତ୍ରଙ୍କୁ ଜ୍ୱର ହୋଇଥିଲା। ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ପ୍ରମିଳା ମଣିସିଂ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି ଛାତ୍ରୀଛାତ୍ରଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତରମାନେ ଚିକିତ୍ସା ଆରମ୍ଭ କରିଛନ୍ତି। ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଡାକ୍ତରଖାନାରେ ପହଞ୍ଚତ୍ ପିଲାମାନଙ୍କର ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ଉତ୍ତମ ଚିକିତ୍ସାସେବା ଯୋଗାଇ ଦେବାପାଇଁ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଫକୀରମୋହନ ସରକାରୀ ମେଡ଼ିକାଲ କଲେଜର ସୁପରିଣ୍ଟେଣ୍ଡେଣ୍ଟ ଡା. ସୁଧୀର ଘୋଷ ଉକ୍ତ ଛାତ୍ରୀଛାତ୍ରଙ୍କୁ ପ୍ରତ୍ୟକ୍ଷ ଭାବରେ ଚିକିତ୍ସା କରିଥିଲେ। ଡା. ଘୋଷଙ୍କ କହିବା ଅନୁସାରେ, ପିଲାମାନେ ଜ୍ୱରରେ ପୀଡ଼ିତ ହୋଇଛନ୍ତି। ବର୍ତ୍ତମାନ ପାଣିପାଗ ପରିବର୍ତ୍ତନ ହେବାରୁ ଭାଇରାଲ ଜ୍ୱର ହୋଇଛି। ଖୁବଶୀଘ୍ର ପିଲାମାନେ ସୁସ୍ଥ ହୋଇଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri