ବ୍ରହ୍ମପୁର ଅଫିସ,୧୪।୩: ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଜଗଦଳପୁର ପଞ୍ଚାୟତରେ ଶୁକ୍ରବାର ରାତିରେ ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଶନିବାର ସଦର ଥାନା ପୋଲିସ ଜଗଦଳପୁର ଗ୍ରାମର ୪ ଜଣଙ୍କୁ ଅଟକ ରଖିଛି। ସେମାନେ ହେଲେ ଶଳା ସନ୍ତୋଷ ସେଠୀ, ଶାଶୁ, ସ୍ତ୍ରୀ ଏବଂ ଉକ୍ତ ପଞ୍ଚାୟତର ଜଣେ ସମିତି ସଭ୍ୟ। ଏନେଇ ଶନିବାର ସକାଳ ସୁଦ୍ଧା ଥାନାରେ ଅଭିଯୋଗ ହୋଇ ନ ଥିବା ବେଳେ ପୋଲିସ ଅଟକମାନଙ୍କୁ ଘଟଣା ସମ୍ପର୍କରେ ଜେରା ଚଳାଇଥିବା ଜଣାପଡିଛି ।
ପ୍ରକାଶ ଯେ, ଗୋପାଳପୁର ଥାନା ଅନ୍ତର୍ଗତ କରାପଲ୍ଲୀର ବୀଣା ସେଠୀ (୩୭) ଜଗଦଳପୁର ଗ୍ରାମର ସନ୍ତୋଷଙ୍କ ଭଉଣୀଙ୍କୁ କିଛିବର୍ଷ ପୂର୍ବେ ବିବାହ କରିଥିଲେ। ଘରୋଇ ଅଶାନ୍ତିକୁ କେନ୍ଦ୍ରକରି ବୀଣାଙ୍କ ସ୍ତ୍ରୀ କିଛିଦିନ ତଳେ ଭାଇ ଘର ଜଗଦଳପୁରକୁ ଚାଲିଯାଇଥିଲେ। ଶୁକ୍ରବାର ରାତିରେ ବୀଣା ସ୍ତ୍ରୀଙ୍କୁ ଡାକିବା ପାଇଁ ଜଗଦଳପୁର ଯାଇଥିଲେ। ସେଠାରେ ବୀଣା ଓ ସନ୍ତୋଷଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ରାତ୍ରି ପ୍ରାୟ ସାଢ଼େ ୧୧ ଟାରେ ସନ୍ତୋଷ ଜ୍ୱାଇଁ ବୀଣାଙ୍କୁ ଆକ୍ରମଣ କରିବା ବେଳେ ତାଙ୍କ ମା’, ଭଉଣୀ ଏବଂ ଉକ୍ତ ପଞ୍ଜାୟତର ଜଣେ ସମିତି ସଭ୍ୟ ସହଯୋଗ କରିଥିବା ପୋଲିସ ଜାଣିବାକୁ ପାଇଛି। ଆକ୍ରମଣର ଶିକାର ହୋଇ ଗାଁ ଦାଣ୍ଡରେ ଅଚେତ ହୋଇପଡ଼ିଥିବା ବୀଣାଙ୍କୁ ପୋଲିସ ଉଦ୍ଧାରକରି ଏମ୍କେସିଜି ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ
ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…
୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ
କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…
ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ
ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…
ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….
ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା
ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…
ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍
ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…
ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର
ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…
ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ
ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

