Posted inଜାତୀୟ

ଜୟ ଶ୍ରୀରାମ ସ୍ଲୋଗାନ ମୌଳିକ ଅଧିକାର ହେଉ

କୋଲକାତା,୧୫ା୬(ପି.ଟି.): ‘ଜୟ ଶ୍ରୀରାମ’ ସ୍ଲୋଗାନକୁ ମୌଳିକ ଅଧିକାର କରିବା ଲାଗି କାଲକାଟା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ପଶ୍ଚିମବଙ୍ଗରେ ଜୟ ଶ୍ରୀରାମ ସ୍ଲୋଗାନ ଦେଉଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ଏଥିରେ ହସ୍ତକ୍ଷେପ କରିବା ନିମନ୍ତେ ଅଦାଲତଙ୍କୁ ଅନୁରୋଧ କରାଯାଇଥିଲା। ହାଇକୋର୍ଟ ଶୁକ୍ରବାର ମାମଲାର ଶୁଣାଣିକୁ ସ୍ଥଗିତ ରଖିଛନ୍ତି। ଭଗବାନ ରାମଙ୍କୁ ପୂଜା କରୁଥିବା କିମ୍ବା ତାଙ୍କ ନାମ ଜପ କରୁଥିବା ବ୍ୟକ୍ତିଙ୍କୁ ବାଧା ନ ଦେବା ଏବଂ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା ଲାଗି ଆବେଦନକାରୀ ଆଇନଜୀବୀ ପାର୍ଥ ଘୋଷ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଥିଲେ। ତୁରନ୍ତ ହସ୍ତକ୍ଷେପ କରିବାକୁ ମନା କରି ଖଣ୍ଡପୀଠ ମାମଲାର ଶୁଣାଣିକୁ ୪ ସପ୍ତାହ ଲାଗି ସ୍ଥଗିତ ରଖିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଜୟଶ୍ରୀରାମ ସ୍ଲୋଗାନକୁ ନେଇ ଭାଜପା ଓ ତୃଣମୂଳ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଏକାଧିକ ସଂଘର୍ଷ ହେଲାଣି। ଏପରିକି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯାଉଥିତ୍ବାବେଳେ ଭାଜପା କର୍ମୀ ଜୟଶ୍ରୀରାମ କହିବାରୁ ସେ ଗାଡିରୁ ଓହ୍ଲାଇ ସେମାନଙ୍କୁ ଧମକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri