ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଜୟଦେବଙ୍କ ଘର ହାଟଡ଼ିହୀ ବ୍ଲକ ମରୈଗାଁ ପଞ୍ଚାୟତ ଶଙ୍ଖଣା ଗ୍ରାମରେ। ହାଟଡ଼ିହୀ ଏବଂ ଆନନ୍ଦପୁର ଅଞ୍ଚଳରେ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଚଳିତ ନିର୍ବାଚନରେ ଜୟଦେବ ବିଜେଡିଠାରୁ ୪୪ ହଜାର ୧୯୩ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ ହୋଇଛନ୍ତି। ଗତ ୨୦୧୪ ନିର୍ବାଚନରେ କଂଗ୍ରେସରୁ ଜୟଦେବ ୬୦ ହଜାର ୨୯୬ ଖଣ୍ଡ ଭୋଟ ପାଇଥିଲେ। ଜୟଦେବ ଏଥର ଭାଜପାରେ ମିଶି କୌଣସି ଏକ ରାଜ୍ୟର ରାଜ୍ୟପାଳ ହେବାକୁ ଆଶା ରଖିଥିବା କୁହାଯାଉଛି।
କଂଗ୍ରେସର ଏପରି ଶୋଚନୀୟ ପରାଜୟ ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦାୟୀ ବୋଲି ସାଧାରଣରେ ଆଲୋଚନା ହେଉଥିବା ବେଳେ ନିରଞ୍ଜନ ତାଙ୍କ ଭାଇ ଏବଂ ନିଜର ସ୍ବାର୍ଥ ପାଇଁ ଏଥର ନିର୍ବାଚନରେ ବିଜେଡି ମୁଖିଆଙ୍କ ସହ ବୁଝାମଣା କରିଥିବା କାରଣରୁ କଂଗ୍ରେସ ଏପରି ଦୁର୍ଦ୍ଦଶା ଭୋଗିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l…

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ…

ହୃଦୟ ବିଦାରକ କଥା କହିଲେ ବାପା ଗୋରୁ ମଇଁଷି ଭଳି ବାଡେଇଲେ, ଦୁଇ ଝିଅଙ୍କୁ…

ବାଲିଅନ୍ତା,୯।୫: ହୃଦୟ ବିଦାରକ କଥା କହିଲେ GRP କନଷ୍ଟେବଲ ସୌମ୍ୟଙ୍କ ବାପା। ମୋ ପୁଅକୁ ୪୦ରୁ ୫୦ ଜଣ ପିଟି ମାରିଦେଲେ, ଏତେ କମ ଗିରଫ କାହିଁକି…

ତାମିଲନାଡୁରେ ନୂଆ ସରକାରଙ୍କୁ ନେଇ ସସପେନ୍ସ ଜାରି! ବିଜୟଙ୍କ ସାମ୍ନାରେ ସର୍ତ୍ତ ପରେ ସର୍ତ୍ତ

ଚେନ୍ନାଇ,୯।୫: ତାମିଲନାଡୁରେ ନୂତନ ସରକାର ଗଠନକୁ ନେଇ ସସପେନ୍ସ ଜାରି ରହିଛି। ଅଭିନେତା ବିଜୟଙ୍କ ଦଳକୁ ସମର୍ଥନ ଦେବା ପୂର୍ବରୁ, ତାମିଜାଗା ଭେଟ୍ରି କାଝାଗମ (ଟିଭିକେ), ଥୋଲ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର…

ପୁଅ ମୁଖ୍ୟମନ୍ତ୍ରୀ ହେବା ପରେ ଏପରି କହିଦେଲେ ଶୁଭେନ୍ଦୁଙ୍କ ମା’, ଇଲିଶି ମାଛ…

କୋଲକାତା,୯।୫: ଶନିବାର ଦିନ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ସେ ଏହି ପଦବୀ ହାସଲ କରିବାରେ ପ୍ରଥମ ଭାଜପା…

ଚେକ୍‌ ବାଉନ୍ସ ମାମଲା: ଦୁଇଗୁଣା ଅର୍ଥ ଦେବାକୁ ନିର୍ଦ୍ଦେଶ ଦେଇ କୋର୍ଟ କହିଲେ ଅଭିଯୁକ୍ତଙ୍କୁ…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି ଭିୟେନା ନାୟକ ଏକ ଚେକ୍‌ ବାଉନ୍ସ ମାମଲା ବିଚାର କରି ଅଭିଯୁକ୍ତ ରଞ୍ଜନ ସ୍ବାଇଁଙ୍କୁ ଏକ ବର୍ଷ କାରାଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri