ଜୟପାଟଣା ବ୍ଲକ ପିଏ ନିଲମ୍ବିତ

ଭବାନୀପାଟଣା/ଜୟପାଟଣା,୧୭।୪(ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର କାର୍ଯ୍ୟରତ ପିଏ (ପ୍ରଗତି ସହାୟକ) ଶତାମ୍ବର ପ୍ରଧାନୀଙ୍କୁ ବୁଧବାର ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ସଚିବ ଡି. କେ. ସିଂହ ନିଲମ୍ବନ କରିଛନ୍ତି । ସୂଚନା ଅନୁସାରେ, ପିଏ ପ୍ରଧାନୀ ଥୁଆମୁଳ ରାମପୁର ବ୍ଲକ ଅଞ୍ଚଳର ଜଣେ ଦଳିତ ବର୍ଗର ଯୁବତୀଙ୍କୁ ଅପହରଣ କରି ରାୟଗଡାର ଏକ ଲଜ୍‌ରେ ରଖି ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ପରିବାର ଲୋକଙ୍କ ହସ୍ତକ୍ଷେପ ପରେ ଉଭୟଙ୍କ ମଧ୍ୟରେ କୋର୍ଟରେ ବିବାହ ପାଇଁ ଆବେଦନ କରାଯାଇଥିଲା। ସେତେବେଳେ ସମ୍ପର୍କୀୟଙ୍କ ଉପସ୍ଥିତିରେ ରାୟଗଡାସ୍ଥିତ ମାଁ ମାଝୀଗୌରୀ ମନ୍ଦିରରେ ଉଭୟ ବିବାହ କରିଥିଲେ। ହେଲେ କୋର୍ଟରେ ବିବାହ ପାଇଁ ଧାର୍ଯ୍ୟ ତାରିଖ ପୂର୍ବରୁ ପିଏ ପ୍ରଧାନୀ ଫେରାର ହୋଇଯାଇଥିଲେ। ପରେ ଏ ନେଇ ସମ୍ପୃକ୍ତ ଯୁବତୀଙ୍କ ପକ୍ଷରୁ ଏକ ମାମଲା ଦାଏର କରାଯିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ଜେଲ୍‌ରେ ୪୦ଦିନ ରହିବା ଯୋଗୁ ସେ କାର୍ଯ୍ୟରେ ଯୋଗ ଦେଇ ପାରି ନ ଥିଲେ। ପରେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ। ତେବେ ୪୦ଦିନ ଜେଲରେ ରହିବା ପରେ ମଧ୍ୟ ପଞ୍ଚାୟତରାଜ ବିଭାଗ ପକ୍ଷରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ପତ୍ର ସଂଖ୍ୟା ୬୩୭୭/ତା.୧୨।୩।୨୦୨୦ରେ ତାଙ୍କୁ ପିଏରୁ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ଏବିଡିଓ) ଭାବେ ପଦୋନ୍ନତି ମିଳିଥିଲା। ପଞ୍ଚାୟତରାଜ ବିଭାଗର ଏପରି ବିଚିତ୍ର ନୀତି ନେଇ ସାଧାରଣରେ ଚର୍ଚ୍ଚା ହୋଇଥିଲା। ଏ ନେଇ ଅଭିଯୋଗ ହେବା ପରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ ସିଂହ ବୁଧବାର ପିଏ ଶତାମ୍ବର ପ୍ରଧାନୀଙ୍କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ନିଲମ୍ବିତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri