ଝରଣା ପାଣି ଏକମାତ୍ର ଭରସା

ତେଲକୋଇ, ୨୨।୫(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ଶିବନାରାୟଣପୁର ଗୋଡା ପଞ୍ଚାୟତ ଅଧୀନରେ ରହିଛି କାଞ୍ଜିଆଝରଣ ବସ୍ତି । ପାହାଡ ଉପରେ ବସବାସ କରୁଥିବା ୩୦ରୁ ଊର୍ଦ୍ଧ୍ୱ ଭୂୟାଁ ଜନଜାତି ପରିବାର ପାଣିପାଇଁ ଡହଳବିକଳ ଅବସ୍ଥାରେ ରହିବାକୁ ବାଧ୍ୟ ହୋଇଛନ୍ତି। ପାହାଡ ଉପରେ ଥିବା ଏକ ଝରଣା ସେମାନଙ୍କ ପାଇଁ ସାହା ଭରସା। ଉକ୍ତ ଗ୍ରାମକୁ ରାସ୍ତା ନଥିବା ଯୋଗୁ ନଳକୂପ ଅଦ୍ୟାବଧି ହୋଇପାରିନାହିଁ। ଉକ୍ତ ବସ୍ତି ବାସୀନ୍ଦା ସ୍ଥାନୀୟ ସରପଞ୍ଚ ଓ ବିଡିଓ ଙ୍କୁ ବାରମ୍ବାର ଗୁହାରୀ କରି ବିଫଳ ହୋଇଥିବା ଗ୍ରାମର ଅମିନ ଦେହୁରୀ, ଉଦ୍ଧବ ଦେହୁରୀ, ମଗସିରା ଦେହୁରୀ, ମିନ ଦେହୁରୀ, ରାମଚନ୍ଦ୍ର ଦେହୁରୀ, ଗୁରୁ ଦେହୁରୀ ସମେତ ବସ୍ତି ବାସିନ୍ଦା ପ୍ରକାଶ କରିଛନ୍ତି । ଉକ୍ତ ଝରଣାର ଦୂଷିତ ପାଣି ଗୃହପାଳିତ ପଶୁପକ୍ଷୀଙ୍କ ସହିତ ଗାଁ ଲୋକଙ୍କ ପାଇଁ ଏକ ପ୍ରକାର ଜୀବନ ପାଲଟିଛି କହିଲେ ଅତ୍ୟୁକ୍ତି ହେବନାହିଁ। ଗ୍ରାମରେ ଚର୍ମ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସ୍ଥାନୀୟ ସରପଞ୍ଚ ଶିରପାଣି ପ୍ରଧାନଙ୍କ କହିବାନୁଯାୟୀ ପାହାଡ ଉପରକୁ ରାସ୍ତା ନଥିବା ଯୋଗୁଁ ନଳକୂପ କରାଯାଇ ପାରିନାହିଁ । ଏଥିପାଇଁ ପାହାଡ ତଳି ଅଞ୍ଚଳକୁ ଆସିବା ପାଇଁ ସ୍ଥାନୀୟ ତହସିଲଦାର ଙ୍କ ଠାରେ ଦାବି କରାଯାଇଛି । ବିଡିଓ ଦିଲ୍ଲିପ କୁମାର ବାରାଙ୍କୁ ପଚାରିବାରୁ ପାହାଡ ଉପରେ ରହୁଥିବା କାଞ୍ଜିଆଝରଣ ବାସୀଙ୍କ ପାଇଁ ଯାତାୟତ ନଥିବାରୁ ପାନୀୟ ସମସ୍ୟା ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ…

ସରିଲା ରଥଟଣା, ଶରଧାବାଲିରେ ପହଞ୍ଚିଲେ ୩ ରଥ

ପୁରୀ,୧୭ା୭: ସରିଲା ରଥଟଣା। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ପ୍ରଥମେ ବଳଭଦ୍ରଙ୍କ ତାଳଧ୍ୱଜ, ସୁଭଦ୍ରାଙ୍କ ଦର୍ପଦଳନ ରଥ ଶରଧାବାଲିରେ ପହଞ୍ଚିବା ପରେ ମହାପ୍ରଭୁ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ…

ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର

ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି।…

ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ

ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri