ଭୁବନ,୨।୯(ଡି.ଏନ.ଏ.) ଆଜି ଧରାବତରଣ କରିବେ ବିଦ୍ୟାଦାତା ଗଜାନନ। ଏହାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ଭୁବନ। ସୁଉଚ୍ଚ ତୋରଣ, ଉଜ୍ଜ୍ୱଳ ଆଲୋକମାଳାରେ ସହର ଝଲସି ଉଠିଥିବାବେଳେ ସବୁଠି ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ବାତାବରଣ।
ଚଳିତବର୍ଷ ୨୧ ପୂଜା ମଣ୍ଡପରେ ବିଘ୍ନବିନାଶକଙ୍କ ଆବାହନ କରାଯାଉଛି। ଏହାକୁ ନେଇ ମାସେ ହେଲା ପୂଜା ପ୍ରତିଷ୍ଠାନଗୁଡ଼ିକ ପ୍ରସ୍ତୁତି ଚଳାଇଛନ୍ତି। ପ୍ରତିଯୋଗିତାମୂଳକ ଭାବେ ପୂଜାମଣ୍ଡପରେ ସୁଉଚ୍ଚ ମୂର୍ତ୍ତି ପୂଜା ପାଇବେ। କୁଶଳୀ କାରିଗରମାନେ ମୂର୍ତ୍ତି ପ୍ରସ୍ତୁତ କରିଥିବାବେଳେ ରଙ୍ଗକାମ ଶେଷ ହୋଇଛି। ପ୍ରତି ପୂଜା ମଣ୍ଡପରେ କମିଟି ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।
ପୂଜାକୁ ଶୃଙ୍ଖଳିତ କରିବାକୁ ଚଳିତବର୍ଷଠାରୁ ଠାକୁରଙ୍କ ମେଲଣ କରାଯିବ। ସବୁ ମେଢ଼ ଏକାଠି ହୋଇ ଭସାଣିରେ ସାମିଲ ହେବେ। ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ସମସ୍ତ ମେଢ଼ କରାଯାଇଥିବାବେଳେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଟ୍ରାଫିକ୍ ନିୟନ୍ତ୍ରଣ କରିବାକୁ ଜାତୀୟ ରାଜପଥରେ ଅପରାହ୍ନ ୫ଟାରୁ ରାତି ୧୧ଟା ଯାଏ ଯାନବାହନ ଚଳାଚଳ ବନ୍ଦ ରଖିବା ପାଇଁ ଦାବି ହେଉଛି। ପୂଜା ଅବ୍ୟବହିତ ପୂର୍ବରୁ ରବିବାରଠାରୁ ବହୁ ଉଠା ଦୋକାନୀ ପସରା ମେଲାଇଲେଣି।
ଏ ନେଇ ଥାନାଧିକାରୀ ନିର୍ମଳା ଗୋଚ୍ଛାୟତ କୁହନ୍ତି, ଜନଗହଳିପୂର୍ଣ୍ଣ ସ୍ଥାନରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରତି ପୂଜାମଣ୍ଡପ ନିକଟରେ ଶୃଙ୍ଖଳିତ ଦର୍ଶନ ଲାଗି ପୋଲିସ କର୍ମୀ ନିୟୋଜିତ ହେବେ। ୫୩ନଂ. ଜାତୀୟ ରାଜପଥର କଲେଜ ଛକରୁ ନୂଆଭୁବନ ଯାଏ ଭିଡ଼ ନିୟନ୍ତ୍ରଣ ଲାଗି ଭାରିଯାନ ଚଳାଚଳ ଉପରେ କଟକଣା ଜାରି କରାଯିବ। ମେଲଣରେ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...
ଜିଏମ୍ଡିସି: ଗୁଜରାଟରୁ ଆସି ଖାଇଗଲେ
ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...
Archives


