Posted inଜାତୀୟ

ଝାଡ଼ଖଣ୍ଡ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ : ଭୋଟବେଳେ ହିଂସା ; ପୋଲିସ ଗୁଳିରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୮ା୧୨(ପି.ଟି.): ଝାଡ଼ଖଣ୍ଡରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ୬୪% ମତଦାନ ହୋଇଛି। ଭୋଟବେଳେ ହିଂସାକାଣ୍ଡ ଘଟି ପୋଲିସ ଗୁଳିରେ ଜଣେ ପ୍ରାଣ ହରାଇବା ସହ ୨ ଜଣ ଆହତ ହୋଇଛନ୍ତି। ସିସାଇ ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬ ନଂ. ବୁଥରେ କୌଣସି କାରଣକୁ ନେଇ ଦୁଇ ରାଜନୈତିକ ଦଳ ମଧ୍ୟରେ ବିବାଦ ଦେଖାଦେବାରୁ ପୋଲିସ ଏଥିରେ ହସ୍ତକ୍ଷେପ କରିଥିଲା। ଉତ୍ତ୍ୟକ୍ତ ଲୋକମାନେ ପୋଲିସ ଉପରକୁ ଟେକାପଥର ମାଡ଼କରିବାରୁ ଜଣେ ପୋଲିସ ଇନ୍ସପେକ୍ଟରଙ୍କ ସମେତ ୮ ପୋଲିସ, ଜଣେ ଖବରଦାତା ଆହତ ହୋଇଥିଲେ। ପରେ ବୁଥରେ ନିୟୋଜିତ ସୁରକ୍ଷାକର୍ମୀଙ୍କଠାରୁ ଗ୍ରାମବାସୀ ବନ୍ଧୁକ ଛଡ଼ାଇବାକୁ ଉଦ୍ୟମ କରିଥିଲେ। ଶେଷରେ ପୋଲିସ ପରିସ୍ଥିତି ନିୟନ୍ତ୍ରଣ କରିବା ଲାଗି ପ୍ରଥମେ ଲାଠିଚାର୍ଜ ଓ ପରେ ଗୁଳିମାଡ଼ କରିଥିଲା। ଗୁଳିମାଡ଼ରେ ମୃତକଙ୍କ ନାମ ଗିଲାନି ଅନ୍‌ସାରି ବୋଲି ଦର୍ଶାଯାଇଛି। ଆହତ ଅସ୍‌ଫାକ ଅନ୍‌ସାରି ଓ ଖୁଫା ଅନ୍‌ସାରିଙ୍କୁ ରାଞ୍ଚି ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଏହି ବୁଥରେ ଭୋଟଗ୍ରହଣ ବନ୍ଦ ରଖାଯାଇଥିବାବେଳେ ଅନ୍ୟକୌଣସି ଦିନ ପୁଣି ଭୋଟଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। ଶନିବାର ରାଜ୍ୟର ୨୦ ଆସନ ଲାଗି ସକାଳ ୭ରୁ ଭୋଟଗ୍ରହଣ କରାଯାଇଥିବାବେଳେ ମତଦାନ ହାର ୬୪% ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ନିରବି ଗଲା ୪୦୧ ବର୍ଷର ପରମ୍ପରା, ପ୍ରଥମଥର ପାଇଁ ବିଶ୍ୱର ଏହି ଦେଶ ବନ୍ଦ କଲା ଏମିତି ଏକ ସେବା

କୋପେନହାଗେନ,୧।୧: ଡେନମାର୍କ ୪୦୧ ବର୍ଷର ପୁରୁଣା ପରମ୍ପରାକୁ ବିଦାୟ ଦେଇଛି। ଦେଶର ଡାକ ସେବା, ପୋଷ୍ଟନୋର୍ଡ, ଘରୋଇ ଚିଠି ବିତରଣକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛି। ଡେନମାର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri