Posted inଜାତୀୟ

ଝାଡ଼ଖଣ୍ଡ ନୂଆ ବିଧାୟକ: ୫୭ କୋଟିପତି; ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ରାଜ୍ୟର ୮୧ ନୂଆ ବିଧାୟକଙ୍କ ମଧ୍ୟରେ ୫୭ ଜଣ କୋଟିପତି ରହିଛନ୍ତି। ସେହିପରି ୪୩ ଜଣଙ୍କ ବିରୋଧରେ ଆପରାଧୀକ ମାମଲା ରହିଛି। ନିର୍ବାଚନ ସମୟରେ ସେମାନଙ୍କ ଦ୍ୱାରା ଦାଖଲ ହୋଇଥିବା ସତ୍ୟପାଠରୁ ଏହା ଜଣାପଡ଼ିଛି। ଭାଜପାର ୧୮ କୋଟିପତି ବିଧାୟକ ଥିବାବେଳେ ଜେଏମ୍‌ଏମ୍‌ର ୨୫, କଂଗ୍ରେସର ୮, ଜେଭିଏମ୍‌ର ୩ ଏବଂ ୩ ନିର୍ଦ୍ଦଳୀୟ କୋଟିପତି ବିଧାୟକ ରହିଛନ୍ତି। କଂଗ୍ରେସର ଡ. ରାମେଶ୍ୱର ଓରାନଙ୍କ ପାଖରେ ସର୍ବାଧିକ ୨୮ କୋଟି ସମ୍ପତ୍ତି ରହିଛି। ଭାଜପାର ୧୨ ବିଧାୟକଙ୍କ ବିରୋଧରେ ଆପରାଧୀକ ମାମଲା ଥିବାବେଳେ ଜେଏମ୍‌ଏମ୍‌ର ୧୭, କଂଗ୍ରେସର ୮, ଜେଭିଏମ୍‌ର ୩ ଏବଂ ୩ ନିର୍ଦ୍ଦଳୀୟ ବିଧାୟକଙ୍କ ନାମରେ ମାମଲା ରହିଛି। ଜେଭିଏମ୍‌ ବିଧାୟକ ପ୍ରଦୀପ ଯାଦବଙ୍କ ବିରୋଧରେ ସର୍ବାଧିକ ୧୪ ଆପରାଧୀକ ମାମଲା ରହିଛି। ୨୦୧୪ରେ କୋଟିପତି ବିଧାୟକଙ୍କ ସଂଖ୍ୟା ୪୯ ଥିଲା। ସେହିପରି ୪୯ ବିଧାୟକଙ୍କ ବିରୋଧରେ ଆପରାଧୀକ ମାମଲା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri