ଝାଡାବାନ୍ତିରେ ମହିଳାଙ୍କ ମୃତ୍ୟୁ, ୪ ଆକ୍ରାନ୍ତ

ବାହାନଗା୨୨ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଖନ୍ତାପଡା ଥାନା ଅଧୀନ ଦକ୍ଷୀଣନରସିଂପୁର ପଞ୍ଚାୟତ ଚଷାଖଣ୍ଡ ଗ୍ରାମର ଦଳେଇ ସାହିରେ ଝାଡାବାନ୍ତି ବ୍ୟାପି ଗତ ୪ଦିନ ମଧ୍ୟରେ ୫ଜଣ ମହିଳା ଓ ପୁରୁଷ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁତର ଥିବା ଜଣେ ମହିଳାଙ୍କର ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଛି। ଗ୍ରାମର ଅନ୍ୟ ୪ ଜଣ ଚିକିତ୍ସାଧୀନ ଅଛନ୍ତି।
ଗ୍ରାମର ମଦନ ଦଳେଇଙ୍କ ପନତ୍ୀ କମଳିନୀ ୫ଦିନ ତଳେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଘରୋଇ ଚିକିତ୍ସା ହେଉଥିଲେ। ତେବେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ପରିବାର ଲୋକେ କମଳିନୀଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ନେଇଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ଗ୍ରାମର ସନାତନ ଦଳେଇ, ଶଙ୍କରା ଦଳେଇ, ମହେଶ୍ୱର ଦଳେଇ, କାଳିଆ ଦଳେଇ ପ୍ରମୁଖ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଗ୍ରାମରେ ଥିବା ଏଏନ୍‌ଏମ୍‌ ସେଣ୍ଟରରେ ପ୍ରାଥମିକ ଚିକିତ୍ସା ସୁବିଧା ନ ପାଇ ଆକ୍ରାନ୍ତ ହେବାର ଦିନକ ପରେ ନିକଟସ୍ଥ ଖନ୍ତାପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ପ୍ରାଥମିକ ଚିକିତ୍ସା ପରେ ଘରେ ଅଛନ୍ତି। ତେବେ ଚଷାଖଣ୍ଡ ଗ୍ରାମରେ ଏକମାତ୍ର ସରକାରୀ ଏଏନ୍‌ଏମ ସେଣ୍ଟର ଥିଲେ ମଧ୍ୟ ସେଠାରେ କୌଣସି ପ୍ରାଥମିକ ଚିକିତ୍ସା ଅଧିକାରୀ ନ ରହିବା ଓ ସବୁବେଳେ ତାଲା ଝୁଲିବା ଫଳରେ ଗ୍ରାମବାସୀ କୌଣସି ସୁଫଳ ପାଉନାହାନ୍ତି। ଫଳରେ ଲୋକମାନେ ଝାଡାବାନ୍ତି ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁମୁଖରେ ପଡୁଛନ୍ତି। ସରକାର ଗ୍ରାମରେ ଖୋଲିଥିବା ଏଏନଏମ ସେଣ୍ଟର କାର୍ଯ୍ୟକ୍ଷମ ନ କରିବେ ତାହେଲେ ଆଗାମୀ ଦିନରେ ଗ୍ରାମବାସୀ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri