ଝାଡାବାନ୍ତିରେ ୧୫୧ ଆକ୍ରାନ୍ତ

ଦେଓଗାଁ,୧୫।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବଡବନ୍ଧ ପଞ୍ଚାୟତ ଅନ୍ତର୍ଗତ କରୁଆଁଝର ଗାଁରେ ଗୁରୁବାର ସନ୍ଧ୍ୟାରୁ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଗାଁର ଡଲି ମାହାକୁର (୨୧) ଓ ଜେମା ବଗର୍ତ୍ତି (୫୧)ଙ୍କୁ ବଲାଙ୍ଗୀର ସ୍ଥାନାନ୍ତର କରାଯାଇଛି। ଶୁକ୍ରବାର ଗାଁର ଛୋଟବଡ଼ ମିଶାଇ ୩୭ଜଣ ଆକ୍ରାନ୍ତଙ୍କୁ ଶ୍ରୀ ରାମଚନ୍ଦ୍ର ନୋଡାଲ ହାଇସ୍କୁଲରେ ଚିକିତ୍ସା କରାଯାଉଛି। ୧୧୪ ଜଣ ସମାନ୍ୟ ଆକ୍ରାନ୍ତ ହୋଇଥିଲେ ବୋଲି ଦେଓଗାଁ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରର ଡା. ସୁରେନ୍ଦ୍ର କୁମାର ପାରକିଆ କହିଛନ୍ତି। ଶୁକ୍ରବାର ୧୦ ଜଣିଆ ଡାକ୍ତରୀଦଳ, ବଲାଙ୍ଗୀର ସିଡିଏମଓ ନାରାୟଣ ଥନାପତି, ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ଲକ୍ଷ୍ମଣ କୁମାର ମେହେର, ଜିଲା ପରିଷଦ ସଦସ୍ୟ ସୁଶୀଳ କୁମାର ଚାନ୍ଦ, ଏମ୍‌ପି ପ୍ରତିନିଧି ଅମିତ କୁମାର ସିଂ ନିନା, ସରପଞ୍ଚ ସଂଘ ସଭାପତି ଦୟାନିଧି ଖମାରୀ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ତେବେ ଏଭଳି ପରିସ୍ଥିତିରେ ଦେବାଦେବୀଙ୍କ ଉପରେ ବିଶ୍ୱାସ ରଖୁଥିବା କିଛି ବ୍ୟକ୍ତି ଗାଁ ମଝିରେ ପୂଜାର୍ଚ୍ଚନା ମଧ୍ୟ କରୁଥିବା ନଜରକୁ ଆସିଛି। ପାଣି ପାଇଁ ଲୋକେ ଝାଡାବାନ୍ତିର ଆକ୍ରାନ୍ତ ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri