ଝାମ୍ପି ନେଲେ ଛାତ୍ରୀଙ୍କ ମୋବାଇଲ ଫୋନ

ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ରେଳଷ୍ଟେଶନ ନିକଟ ରେଳବାଇ କଲୋନୀ ଦେଇ ଜଣେ ଛାତ୍ରୀ ଶନିବାର ଅନନ୍ତ ନଗରରେ ଥିବା ତାଙ୍କ ମେସକୁ ଯାଉଥିବା ବେଳେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ମୋବାଇଲ ଫୋନ ଝାମ୍ପି ନେଇଯାଇଛନ୍ତି। ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ବି ଟେକ ପଢ଼ୁଥିବା ଛାତ୍ରୀ ସୁଜ୍ଞାନୀ ପଣ୍ଡା ଓ ତାଙ୍କ ଭଉଣୀ ପୂଜା ଛତ୍ରପୁରରୁ ବିଶାଖା ଏକ୍ସପ୍ରେସରେ ଆସି ବ୍ରହ୍ମପୁର ରେଳଷ୍ଟେଶନରେ ପହଞ୍ଚିଥିଲେ। ୨ ଭଉଣୀ ଚାଲି ଚାଲି ଫୋନରେ କଥାହୋଇ ଯାଉଥିଲେ। ଦୁର୍ବୃତ୍ତମାନେ ବାଇକ୍‌ରେ ତାଙ୍କ ପଛପଟୁ ଆସି ଛାତ୍ରୀଙ୍କ ମୋବାଇଲ ଫୋନ ଝାମ୍ପି ନେଇଯାଇଥିଲେ। ପରେ ଛାତ୍ରୀଦ୍ୱୟ ରେଳବାଇ ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ଏସ୍‌ଆଇ ଗଣପତି ବେହେରା ଅଭିଯୋଗକାରୀ ଛାତ୍ରୀ ସୁଜ୍ଞାନୀଙ୍କ ସହ ଘଟଣାସ୍ଥଳକୁ ଯାଇ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିଥିଲେ ।
ରାମନଗରର ସୁମତି ଜେନା ରେଳଷ୍ଟେଶନ ଦେଇ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କର ମଧ୍ୟ ଏକ ମୋବାଇଲ ଫୋନ ଝାମ୍ପି ନେଇଥିଲେ। ପୋଲିସ ପାଟ୍ରୋଲିଂ ଠିକ୍‌ଭାବେ ହେଉ ନ ଥିବାରୁ ଦୁର୍ବୃତ୍ତମାନେ ଏଭଳି ଘଟଣା ଘଟାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri