ଝାରସୁଗୁଡ଼ାରୁ କୋଲକାତା ଉଡ଼ିଲା ବିମାନ

ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ସୋମବାର କୋଲକାତାକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍‌ ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହୋଇଛି। ବିମାନଟି କୋଲକାତାରୁ ପୂର୍ବାହ୍ନ ୧୧ଟା ୪୫ରୁ ଛାଡ଼ି ଝାରସୁଗୁଡ଼ାରେ ଅପରାହ୍ନ ୧ଟା ୧୫ରେ ପହଞ୍ଚତ୍ବାର ଥିଲା ଏବଂ ପୁଣି ଝାରସୁଗୁଡ଼ାରୁ ଅପରାହ୍ନ ୧ଟା ୪୫ରେ କୋଲକାତା ଅଭିମୁଖେ ଉଡ଼ାଣ କରିବାର ଥିଲା। କିନ୍ତୁ ସୋମବାର ଝାରସୁଗୁଡ଼ାରେ ମଧ୍ୟାହ୍ନ ୧୨ଟା ୫୦ମିନିଟ୍‌ରେ ପହଞ୍ଚତ୍ଥିବାବେଳେ ଅପରାହ୍ନ ୧ଟା ୨୫ମିନିଟ୍‌ରେ କୋଲକାତା ଅଭିମୁଖେ ଉଡ଼ାଣ କରିଥିଲା। ପ୍ରଥମ ଦିନରେ ବିମାନଟି କୋଲକାତାରୁ ୧୬ଜଣ ଯାତ୍ରୀଙ୍କୁ ନେଇ ଆସିଥିବା ଏବଂ ଝାରସୁଗୁଡ଼ାରୁ ୨୫ଜଣ ଯାତ୍ରା କରିଥିବା ସୂଚନା ମିଳିଛି। ଏହି ବିମାନ ସେବା ଆରମ୍ଭ ହେବା ଫଳରେ ପଶ୍ଚିମ ଓଡ଼ିଶାବାସୀଙ୍କ ଦୀର୍ଘଦିନର ଆଶା ପୂରଣ ହୋଇଛି। ସୂଚନାଯୋଗ୍ୟ, ପୂର୍ବରୁ ଏଲାଏନ୍ସ ଏୟାର୍‌ ଝାରସୁଗୁଡ଼ାରୁ ଭାୟା ରାୟପୁର ହୋଇ କୋଲକାତା ଉଡ଼ାଣ କରୁଥିଲା। ଉଲ୍ଲେଖଯୋଗ୍ୟ, ଏହି ବିମାନଟି କେବଳ ଝାରସୁଗୁଡ଼ା-କୋଲକାତା ମଧ୍ୟରେ ସୀମିତ ହୋଇ ରହିବ ନାହିଁ। ବିମାନଟି ଆସନ୍ତା ୩୧ତାରିଖରୁ ବାରାଣସୀ ପର୍ଯ୍ୟନ୍ତ ଯିବ। ତେଣୁ ଆସନ୍ତା ୩୦ତାରିଖ ପର୍ଯ୍ୟନ୍ତ ପୂର୍ବ ନିର୍ଦ୍ଧାରିତ ସମୟରେ ଚାଲିବାକୁ ଥିବା ବେଳେ ୩୧ତାରିଖରୁ ଅନ୍ୟ ଏକ ସମୟ ସାରଣୀରେ ବିମାନ ଚଳାଚଳ କରିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

ପଶ୍ଚିମବଙ୍ଗ ସରକାରୀ କାର୍ଯ୍ୟରେ ବଙ୍ଗଳା ଭାଷା ବାଧ୍ୟତାମୂଳକ ହେବ

କୋଲକାତା, ୨୧ା୭: ପଶ୍ଚିମବଙ୍ଗ ସରକାର ଆସନ୍ତା ସେପ୍ଟେମ୍ବର ୧ରୁ ସମସ୍ତ ପ୍ରଶାସନିକ କାର୍ଯ୍ୟରେ ବଙ୍ଗଳା ଭାଷାକୁ ବାଧ୍ୟତାମୂଳକ କରିବାକୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri