ଝାରସୁଗୁଡା ଅଫିସ,୨ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍ ଡାଉନ କରାଯାଉଛି। ଏହି କଟକଣାକୁ ମାନୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ତେବେ କଟକଣାକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନିଆଯାଉଥିବା ଅଭିଯୋଗ ହେଉଛି। ତେବେ ଏହି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିବାରୁ ଝାରସୁଗୁଡା ସହରର ଜଣେ କଲେଜ ଛାତ୍ରଙ୍କୁ ପୋଲିସ ନାଲି ଆଖି ଦେଖାଇଛି। ଏହି କଲେଜ ଛାତ୍ର ଜଣକ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିବାର ଭିଡିଓ ଏବଂ ଜଣେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଅଧିକାରୀ ବାଡି ଧରି ବୁଲୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ବୁଲୁଛି, ଯାହା ଏବେ ଜିଲାରେ ଚର୍ଚ୍ଚାର ବିଷୟ ପାଳଟିଛି।
ସୂଚନା ମୁତାବକ ଜଣେ କଲେଜ ଛାତ୍ର ବୁଧବାର ସ୍ଥାନୀୟ ସରବାହାଲ ଅଞ୍ଚଳକୁ ଯାଇଥିଲେ। ଗୁରୁବାର ଅସହାୟମାନଙ୍କୁ ଖାଦ୍ୟ ଯୋଗାଇବା ପାଇଁ ସେମାନେ ଯୋଜନା କରି ଆଲୋଚନା ସାରି ସେଠାରୁ ସେ ଫେରୁଥିଲେ। ଏତିକିବେଳେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଜଣେ ଅଧିକାରୀ ତାଙ୍କୁ ଅଟକାଇ ବାଡିରେ ମାଡ ମାରିଥିଲେ। ଏହାକୁ ବିରୋଧ କରି ଏହି କଲେଜ ଛାତ୍ର ଜଣକ ନିଜେ ଏକ ଭିଡିଓ ତିଆରି କରି ପୋଲିସ ଓ ସମ୍ପୃକ୍ତ ପ୍ରଶାସନିକ ଅଧିକାରୀଙ୍କ ନାଁ ନେଇ ନିଜ ଫେସ୍ବୁକ୍ ଆଇଡିରେ ଛାଡିଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ଜାଣିପାରି ପୋଲିସ ତାଙ୍କୁ ଉଠାଇ ନେଇ ଫେସ୍ବୁକ୍ ଆଇଡିରୁ ଡିଲିଟ କରିବାକୁ କହିଥିଲା। ଶେଷରେ ତାଙ୍କୁ ଚେତାବନୀ ଦେଇ ଛାଡି ଦେଇଥିବା ଝାରସୁଗୁଡା ଥାନା ଅଧିକାରୀ ସାବିତ୍ରୀ ବଳ କହିଛନ୍ତି। ସେହିପରି ଲକ୍ ଡାଉନ୍ ସମୟରେ ମାଜିଷ୍ଟ୍ରଟ ଡ୍ୟୁଟିରେ ଥିବା ଜଣେ ଅଧିକାରୀ ହାତରେ ଏକ ବାଡି ଧରି ସହରର ବିଭିନ୍ନ ଦୋକାନ ଓ ବଜାରରେ ବୁଲୁଥିବା ଏକ ଫଟୋ ଭାଇରାଲ ହୋଇଛି। ହେଲେ ସମ୍ପୃକ୍ତ ଅଧିକାରୀଙ୍କ ମତାମତ ମିଳିପାରିନାହିଁ।
Posted inHome, Home Left, ଆମ ଜିଲା ଖବର, ଝାରସୁଗୁଡ଼ା View All
ଶ୍ରୀବଣା ଗାଁରେ ପୂର୍ବତନ ବିଧାୟକଙ୍କ ସହାୟତା, ଆବାସ ଯୋଜନାରେ ଘର ଯୋଗାଇଦେବାକୁ ବିଡିଓଙ୍କ ସହ ଆଲୋଚନା
ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ ଶ୍ରୀବଣା ଗ୍ରାମର ଡ଼ି ଦୁର୍ଯ୍ୟଧନ ପାତ୍ରଙ୍କର ନିଜସ୍ୱ ଘର ନଥିବାରୁ ଗାଁ ଶେଷରେ ଟିଣ ପକାଇ…
ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…
ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍ ଉପରେ ଚପଲ ଓ ଛତା…
ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ
କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…
ମଧୁବନ ଗ୍ରାମପଂଚାୟତର ସୁକୁଡୁବାଜୁ ନିକଟରେ ଧସିଲା ପାହାଡ଼, ରାସ୍ତା ଜାମ୍
ଗୁଡାରି,୨୪।୯(ପ୍ରମୋଦ କୁମାର ପତି): ଲଗାଣ ବର୍ଷାରେ ଗୁରୁବାର ଅପରାହ୍ନରେ ଗୁଡାରି ବ୍ଲକର ମଧୁବନ ଗ୍ରାମପଂଚାୟତ ଅନ୍ତର୍ଗତ ସୁକୁଡୁବାଜୁ ନିକଟରେ ପାହାଡ଼ରୁ ବଡ଼ ପଥର ଖସି ରାସ୍ତା ମଝିରେ…
ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…
ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…
ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…
କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍
କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

