ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା, ସୁସ୍ଥ ହେଲେଣି ୬

ଝାରସୁଗୁଡ଼ା ଅଫିସ,୬ା୬: ଝାରସୁଗୁଡ଼ା ଜିଲାରେ ଶନିବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଅନ୍ୟପକ୍ଷରେ ୬ ଜଣ ସୁସ୍ଥ ହୋଇସାରିଛନ୍ତି।
ଜିଲାପାଳ ସରୋଜ କୁମାର ସାମଲଙ୍କ ସୂଚନା ଅନୁଯାୟୀ, ବ୍ରଜରାଜନଗର ଅଞ୍ଚଳରେ ଜଣେ ୩୩ ବର୍ଷୀୟ ଯୁବକଙ୍କଠାରେ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି। ସେ ଗତ ୩୧ ତାରିଖରେ ଟ୍ରେନ୍‌ ଯୋଗେ ଚେନ୍ନାଇରୁ ଫେରିଥିଲେ। ସେହିଦିନଠାରୁ କ୍ୱାରାଣ୍ଟାଇନ୍‌ରେ ଥିଲେ। ଲୋକେ ଏଥିପାଇଁ କୌଣସି ଭୟଭୀତ ହୁଅନ୍ତି ନାହିଁ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ଆକ୍ରାନ୍ତ ଯୁବକଙ୍କୁ ରାଉରକେଲା କୋଭିଡ୍‌ ହସ୍ପିଟାଲକୁ ପଠାଯାଇଥିବା ବେଳେ ତାଙ୍କ ସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯିବା ନେଇ ପ୍ରଶାସନ ପଦକ୍ଷେପ ନେଇଛି।
ପ୍ରକାଶ ଯେ, ଗତ ୩୦ ଏପ୍ରିଲରେ ବ୍ରଜରାଜନଗର ମ୍ୟୁନିସିପାଲଟିର ବୁଢ଼ୀଜାମଠାରେ ୧୭ ବର୍ଷୀୟା ଯୁବତୀ ଓ ମେ’ ୩ ତାରିଖରେ ଲଖନପୁର ବ୍ଲକ କୋଡାଲୋଇ ପଞ୍ଚାୟତର ଡହଲଡେରା ଗ୍ରାମର ଜଣେ ମହିଳାଙ୍କଠାରେ କରୋନା ଭୂତାଣୁ ଥିବା ଜଣାପଡ଼ିଥିଲା। ସେହିପରି ଝାରସୁଗୁଡା ସହର ମଙ୍ଗଳବଜାର ଅଞ୍ଚଳର ଜଣେ ୫ ବର୍ଷର ଶିଶୁ କରୋନା ପଜିଟିଭ୍‌ ଥିବା ମେ’ ୨୨ ସନ୍ଧ୍ୟାରେ ଜଣାପଡ଼ିଥିଲା। ତେବେ ତାଙ୍କ ସଂସ୍ପର୍ଶରେ ଆସି ତାଙ୍କ ପରିବାରର ଜଣେ ବର୍ଷକର ଶିଶୁକନ୍ୟା କରୋନା ପଜିଟିଭ୍‌ ଥିବା ୨୩ ତାରିଖରେ ଜଣାପଡ଼ିଥିଲା। ଏହିଦିନ ମଧ୍ୟ ବ୍ରଜରାଜନଗର ଟିଏମ୍‌ସିରେ ଥିବା ଜଣେ ମହାରାଷ୍ଟ୍ର ଫେରନ୍ତା ୪୦ ବର୍ଷୀୟ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ୍‌ ଥିବା ଜଣାପଡ଼ିଥିଲା। ମେ’ ୨୬ରେ ବେଲପାହାଡ଼ ଅଞ୍ଚଳର ଜଣେ ବ୍ୟକ୍ତିଙ୍କଠାରେ ଓ ଗତ ମେ’ ୨୯ତାରିଖରେ ଝାରସୁଗୁଡ଼ା ସହର ପୁରୁଣାବସ୍ତି ଅଞ୍ଚଳର ୨୭ ବର୍ଷୀୟ ମୁମ୍ବାଇ ଫେରନ୍ତା ଯୁବକଙ୍କଠାରେ କରୋନା ଥିବା ଜଣାପଡ଼ିଥିଲା। ଏମାନଙ୍କ ମଧ୍ୟରୁ ମୋଟ୍‌ ୬ ଜଣ ସୁସ୍ଥ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri