ଝାରସୁଗୁଡା: ଗୋଟିଏ ପରିବାରର ୪ ଜଣଙ୍କୁ କରୋନା

ଝାରସୁଗୁଡା ଅଫିସ,୧୦ା୬-ଝାରସୁଗୁଡାରେ ବୁଧବାର ୫କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣ ସଦସ୍ୟ ରହିଛନ୍ତି। ସେମାନେ ଟ୍ରେନ ଯୋଗେ  କୋଲକାତା  ହାଓ୍ବଡାରୁ ଝାରସୁଗୁଡା ଆସିଥିବା ବେଳେ ପ୍ରଶାସନ ଅଟକାଇ ସଙ୍ଗରୋଧରେ ରଖିଥିଲା। ଅନ୍ୟ ଜଣେ ୩୫ବର୍ଷୀୟ ସୁରଟ ଫେରନ୍ତା ଯୁବକ ଝାରସୁଗୁଡା ଏକତାଲିସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ତେବେ ଆକ୍ରାନ୍ତମାନେ ସଙ୍ଗରୋଧ କେନ୍ଦ୍ରରେ ଥିବାରୁ ଲୋକେ ଭୟଭୀତ ନ ହେବାକୁ ଜିଲାପାଳ ସରୋଜ କୁମାର ସାମଲ କହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ଏକତାଲିସ୍ଥିତ ସଙ୍ଗରୋଧ କେନ୍ଦ୍ର ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?