ଝାଲିଆଗୋଛା ପରେ ବାରୁଡ଼ା ହେଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ଭଞ୍ଜନଗର,୨୧।୬(ଡି.ଏନ୍‌.ଏ.)- ଲୋକେ ସାମାଜିକ ଦୁରତ୍ୱ ବଜାୟ ନରଖିବା, ମାସ୍କ ବ୍ୟବହାର ନକରିବା, ନିୟମିତ ସଫା ନରହିବା ହେତୁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁଦ୍ଧା ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମରୁ ୧୦ ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ ହେଲେଣି। ଯାହାକୁ ଏବେ ସମସ୍ତଙ୍କ ଚିନ୍ତା ବଢାଇଛି। ବ୍ୟବସାୟୀମାନେ ଆକ୍ରାନ୍ତ ହେବାଯୋଗୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ଶୁକ୍ରବାର ବାରୁଡା ଗ୍ରାମର ୨ ବ୍ୟବସାୟୀ ଆକ୍ରାନ୍ତ ହେବାପରେ ଶନିବାର ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ ସିଲ୍‌ କରାଯିବା ସହ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ ସମ୍ପୃକ୍ତ ଗ୍ରାମ ନିକଟରେ ଥିବା ୩ଟି ଗ୍ରାମକୁ ବଫର୍‌ ଜୋନ ଘୋଷଣା କରାଯାଇଛି। ଏହାପୂର୍ବରୁ ଝାଲିଆଗୋଛାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ବିଡିଓ ଅନିଲ କୁମାର ସେଠୀ କଣ୍ଟେନମେଣ୍ଟ ଜୋନ୍‌ ଉପରେ ସ୍ବତନ୍ତ୍ର ନଜର ରଖିଛନ୍ତି। ଅପରପକ୍ଷେ ଶନିବାର ଓ ରବିବାର ସଟ୍‌ଡାଉନ ଯୋଗୁ ଲୋକଙ୍କ ଚଳପ୍ରଚଳ ପ୍ରାୟ କମିଯାଇଛି। ଯେଉଁମାନେ ଅମାନିଆ ହୋଇ ବାହାରକୁ ବାହାରୁଛନ୍ତି ସେମାନଙ୍କୁ ଜରିମାନା ପକାଯାଉଛି। ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ଶନିବାର ଉପଖଣ୍ଡର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସଟ୍‌ଡାଉନ ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଅଛନ୍ତି ମାତ୍ର ୧୦…ଛତ୍ରପୁର ହସ୍ପିଟାଲରେ ICU ଓ ଟ୍ରମା କେୟାର ପାଇଁ ଉଠିଲା ଦାବି

ଛତ୍ରପୁର,୬ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ପର୍ଯ୍ୟାପ୍ତ ସଂଖ୍ୟକ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri