ଝିଅ ବିବାହ ପୂର୍ବରୁ ବାପାଙ୍କ ଆତ୍ମହତ୍ୟା

ବଇଣ୍ଡା,୪ା୫(ଡି.ଏନ.ଏ.): ମଙ୍ଗଳବାର ରାତିରେ ହୋଇଥାନ୍ତା ଝିଅ ବାହାଘର। ଏଥିପାଇଁ ଘରେ ସରିଥିଲା ସମସ୍ତ ପ୍ରସ୍ତୁତି। ହେଲେ ବଧୂ ବେଶରେ ଝିଅକୁ ଶାଶୁଘରକୁ ବିଦା କରିବା ପୂର୍ବରୁ ସକାଳୁ ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଦେଲେ ବାପା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ଊରୁକୁଳା ପଞ୍ଚାୟତ ପରସୁମାଳ ଗ୍ରାମରେ ଘଟିଥିବା ଏପରି ଦୁଃଖଦ ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁଯାୟୀ, ପରସୁମାଳ ଗ୍ରାମର ବ୍ୟବସାୟୀ ସୁରଥ ବେହେରା (୫୨)ଙ୍କ ଝିଅ ବାହାଘର ମଙ୍ଗଳବାର ସ୍ଥିର ହୋଇଥିଲା। ଧୁମ୍‌ଧାମରେ ବାହାଘର ଆୟୋଜନ ହୋଇଥିବା ବେଳେ ଘରେ ବନ୍ଧୁବାନ୍ଧବ ପହଞ୍ଚି ସାରିଥିଲେ। ଝିଅକୁ ସମସ୍ତ ଘର କରଣା ସାମଗ୍ରୀ ଦେବାକୁ କିଣାକିଣି ସରିଥିଲା। ଏଥିପାଇଁ ସୁରଥ ଲକ୍ଷାଧିକ ଟଙ୍କା କରଜ କରିଥିଲେ। ଏହାକୁ ନେଇ ସୋମବାର ରାତିରେ ପରିବାର ମଧ୍ୟରେ କଳହ ଲାଗିଥିଲା। ଫଳରେ ମାନସିକ ଭାରସାମ୍ୟ ହରାଇଥିବା ସୁରଥ ମଙ୍ଗଳବାର ସକାଳେ ତାଳଚେର-ସମ୍ବଲପୁର ରେଳପଥର ହଣ୍ଡପା ଥାନା ଖାଲପାଳ ନିକଟରେ ସମ୍ବଲପୁର-ପୁରୀ ଇଣ୍ଟରସିଟି ଏକ୍ସପ୍ରେସ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତଦେହ ରେଳ ଧାରଣାରେ ପଡିଥିବା ଦେଖି ଅଞ୍ଚଳବାସୀ ବଇଣ୍ଡା ରେଳ ଫାଣ୍ଡି ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ତାଳଚେର ମେଡିକାଲକୁ ପଠାଇ ଦେଇଛି। ଏହି ଘଟଣାକୁ ନେଇ ଗ୍ରାମରେ ଶୋକର ଛାୟା ଖେଳିଯାଇଥିବା ବେଳେ ସୁରଥଙ୍କ ଝିଅ ବାହାଘର ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୭ା୧୨ (ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି...

ଏଇ ଭାରତରେ

ଭାରତର ଗ୍ରାମାଞ୍ଚଳର ବହୁ ମେଡିକାଲରେ ଏବେ ମଧ୍ୟ ଆଇସିୟୁର ଅଭାବ ରହିଛି। ଫଳରେ ଗ୍ରାମାଞ୍ଚଳ ଲୋକମାନେ ଉନ୍ନତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଆବଶ୍ୟକ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୭।୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଏକ ପରିବେଶୀୟ ଆହ୍ୱାନ

ନିଭର୍ସିଟି ଅଫ ଶିକାଗୋର ଏନର୍ଜି ପଲିସି ଇନ୍‌ଷ୍ଟିଟ୍ୟୁଟ (ଏପିକ) ଦ୍ୱାରା ପ୍ରକାଶିତ ୨୦୨୫ ବାୟୁ ଗୁଣବତ୍ତା ଜୀବନ ସୂଚକାଙ୍କ (ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା...

ସୃଷ୍ଟିର ଚିରନ୍ତନ ଆଧାର

ନୁଷ୍ୟର ଉଚ୍ଚତର ଚେତନଶୀଳତା ତାକୁ ବାଧ୍ୟ କରିଛି ଏ ବିଶ୍ୱବ୍ରହ୍ମାଣ୍ଡ ସୃଷ୍ଟିର ରହସ୍ୟ ଉପରେ ପ୍ରଶ୍ନ ଉତ୍‌ଥାପନ କରିବା ପାଇଁ। ଏ ଜଗତର ସୃଷ୍ଟି କିପରି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଭାଜନକାରୀ ରାଜନୀତି

ଡିସେମ୍ୱର ୬ ଆଧୁନିକ ଭାରତର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆନ୍ଦୋଳନ କଥା ସ୍ମରଣ କରାଇଦିଏ। ରାଜନୀତିକୁ ସବୁଦିନ ପାଇଁ ପରିବର୍ତ୍ତନ କରିଦେଇଥିବା ଏହି ଆନ୍ଦୋଳନ ବିଷୟରେ ଲେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri