ଝିଅ ବିବାହରେ ନୂଆ ଗାଡ଼ିକୁ ଗୋବର ଲେପ ଦେଲେ ଡାକ୍ତର

ନୂଆଦିଲ୍ଲୀ,୭।୧: ଭିନ୍ନ ଭିନ୍ନ ଢଙ୍ଗରେ ବିବାହ କରି ଅନେକ ଲୋକ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। କୋହ୍ଲାପୁରର ନବନାଥ ଦୁଧଲ ନାଁରେ ପରିଚିତ ଜଣେ ଡାକ୍ତର ନିଜ ଝିଅଙ୍କ ବିବାହ କାର୍‌କୁ ଗୋବର ଲେପ ଦେଇ ଏବେ ଆସିଛନ୍ତି ଚର୍ଚ୍ଚାକୁ। ଗୋବରର ବ୍ୟବହାର ପାଇଁ ପ୍ରୋତ୍ସାହିତ କରିବାକୁ ଡାକ୍ତର ଜଣକ ଏପରି କରିଥିବା ଜଣାପଡିଛି। ତାଙ୍କ ମତରେ ଗୋବର ଦ୍ୱାରା କ୍ୟାନସରର ଚିକିତ୍ସା କରାଯାଇ ପାରୁଛି। ଏହା ଶରୀରରୁ ଅନ୍ୟ ରୋଗ ଦୂର କରିବାରେ ମଧ୍ୟ ସହାୟକ ହୋଇଥାଏ। ତେଣୁ ଏହାର ବ୍ୟବହାର ପାଇଁ ପ୍ରୋତ୍ସାହିତ କରିବାକୁ ସେ ତାଙ୍କ ଝିଅ ବାହାଘରରେ ନୂଆ ଗାଡ଼ିକୁ ଗୋବରର ଲେପ ଦେଇଛନ୍ତି। ଗ୍ଲୋବାଲ ଓ୍ବାର୍ମିଂ ବଢୁଥିବା ବେଳେ ପରିବେଶକୁ ସୁରକ୍ଷା ଦେବାକୁ ଦେଶି ଗାଈର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ସେ କହିଛନ୍ତି। ଗୋବର ଲେପ ଦେଇ ଗାଡି ଚଲାଇଲେ ଏହାର କ୍ୟାବିନର ତାପମାତ୍ରା କମ୍‌ ହୋଇଥାଏ ବୋଲି ସେ ଯୁକ୍ତି କରିଛନ୍ତି। ତାଙ୍କ ମତରେ ଗୋବର ମୋବାଇଲ ରେଡିଏଶନରୁ ମଧ୍ୟ ସୁରକ୍ଷା ଦେଇଥାଏ। ଏହାସହ ଖାଲି ଗାଡି ଚଲାଇଲେ ପ୍ରତିଦିନ ଅତିକମ୍‌ରେ ୩ ବାଲ୍‌ଟି ପାଣି ଗାଡ଼ି ଧୋଇବାକୁ ଆବଶ୍ୟକ ପଡିଥାଏ। ଯଦି ଗୋବର ଲେପ ଦିଆଯାଉଛି ତେବେ ନିୟମିତ ଭାବେ ଗାଡ଼ି ଧୋଇବା ଆବଶ୍ୟକ ପଡିବ ନାହିଁ। ଫଳରେ ପାଣି ମଧ୍ୟ ନଷ୍ଟ ହେବ ନାହି ବୋଲି ଡାକ୍ତର ଦୁଧଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri