ଝିଅ ହତ୍ୟାକାରୀ ମା’ଙ୍କୁ ଆଜୀବନ ଜେଲ

ଅନୁଗୋଳ ଅଫିସ, ୧।୧୨ – ଅନୁଗୋଳ ଜିଲା ନାଲ୍‌କୋ ଥାନା ବାଙ୍କିହଟିଂ ଅଞ୍ଚଳରେ ସାଢେ ୪ ବର୍ଷ ତଳେ ଜଣେ ନାବାଳିକା ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତରେ ଅନୁଗୋଳ ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଭାକର ଗଣ୍ଠିଆ ଏହି ମାମଲାର ଶୁଣାଣି କରି ମୃତା ନାବାଳିକାଙ୍କ ମା’ ଦମୟନ୍ତୀ ସୋରେନ୍‌(୩୨)ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଅନ୍ୟପକ୍ଷରେ ମାମଲାର ଅନ୍ୟତମ ଅଭିଯୁକ୍ତ ଭାଗବତ ମୁର୍ମୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ବାଙ୍କିହଟିଂରେ ରହୁଥିବା ଭାଗବତ ଓ ଦମୟନ୍ତୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ଏହା ଜାଣିବା ପରେ ଦମୟନ୍ତୀଙ୍କ ସ୍ବାମୀ ତାଙ୍କୁ ଛାଡି ମୟୂରଭଞ୍ଜ ପଳାଇଥିଲେ। ଦମୟନ୍ତୀ ତାଙ୍କ ୮ ବର୍ଷର ଝିଅକୁ ଧରି ବାଙ୍କିହଟିଂରେ ରହୁଥିଲେ। ତାଙ୍କ ରାସ୍ତାରେ ବାଧା ସାଜୁଥିବା ଭାବି ଦମୟନ୍ତୀ ଝିଅକୁ ହତ୍ୟା କରିବାକୁ ଯୋଜନା କରିଥିଲେ। ୨୦୧୫ ମାର୍ଚ୍ଚ ୧୦ ତାରିଖ ରାତିରେ ଦମୟନ୍ତୀ ଝିଅଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ପରଦିନ ସକାଳେ ଘରୁ ଝିଅର ମୃତଦେହ ଉଦ୍ଧାର କରାଯାଇଥିଲା। ଏ ସମ୍ପର୍କରେ ହଟିଂର ମୁଖିଆ ବାଢ଼ା ମୁର୍ମୁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ଦମୟନ୍ତୀ ଓ ଭାଗବତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ୨୩ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତି କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ ଦମୟନ୍ତୀଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ ଦଣ୍ଡ ଶୁଣାଇବା ସହ ୧୦ ହଜାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ସ୍ଥଳେ ଅତିରିକ୍ତ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି। ଅନ୍ୟପକ୍ଷରେ ପ୍ରମାଣ ଅଭାବରୁ ଭାଗବତଙ୍କୁ କୋର୍ଟ ନିର୍ଦ୍ଦୋଶରେ ଖଲାସ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ସରୋଜ କୁମାର ପଟ୍ଟନାୟକ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri