Posted inଖେଳ

ଝିଲ୍ଲୀଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୧।୧୨(କ୍ରୀଡ଼ା ପ୍ରତିନିଧି)
ଓଡ଼ିଶାର ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଶୁକ୍ରବାର ସମ୍ମାନଜନକ ଏକଲବ୍ୟ ପୁରସ୍କାର ଗ୍ରହଣ କରିଛନ୍ତି। ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଆୟୋଜିତ ଏହି ପୁରସ୍କାର ଆକାରରେ ତାଙ୍କୁ ମାନପତ୍ର, ଫଳକ ଏବଂ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏହି ଅବସରରେ ଭାରତୀୟ ମହିଳା ହକି ଦଳର ଅନ୍ୟତମ ସଦସ୍ୟ ନମିତା ଟପ୍ପୋ ଏବଂ ଭାରତୀୟ ମହିଳା ଫୁଟବଲ ଦଳର ନିର୍ଭରଯୋଗ୍ୟ ଡିଫେଣ୍ଡର ଜବାମଣି ଟୁଡୁଙ୍କୁ ସମ୍ମାନିତ କରାଯାଇଛି। ଉଭୟ ଖେଳାଳିଙ୍କୁ ମାନପତ୍ର ସହ ୫୦,୦୦୦ଟଙ୍କା ଲେଖାଏ ପୁରସ୍କାର ଆକାରରେ ପ୍ରଦାନ କରାଯାଇଛି। ଭାରତୀୟ ମହିଳା ରେସ୍‌ଲର ବବିତା ଫୋଗତ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଅର୍ଜୁନ ପୁରସ୍କାରପ୍ରାପ୍ତ ସାଇକ୍ଲିଷ୍ଟ ମୀନତି ମହାପାତ୍ର ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ। ପୁରସ୍କାର କମିଟିର ଆବାହକ ଅଶୋକ ବେହେରା ସ୍ବାଗତ ଭାଷଣ ଦେଇଥିବାବେଳେ ଇମ୍ପାକ୍ଟର ଅଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପୁରସ୍କାର ପ୍ରଦାନର ଧାରା ସମ୍ପର୍କରେ ସୂଚନା ଦେଇଥିଲେ। ବରିଷ୍ଠ ଜୁରି ସଦସ୍ୟ ଏସ.ପି. ଠାକୁର ଉପସ୍ଥିତ ଥିଲେ। ଇମ୍ଫାର ବରିଷ୍ଠ ଅଧିକାରୀ କିଶୋର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ପୁରସ୍କାର ଗ୍ରହଣ ବେଳେ ନିଜ କୋଚ୍‌ଙ୍କୁ ମଞ୍ଚ ଉପରକୁ ଆଣିବାକୁ ଅନୁରୋଧ କରିଥିଲେ ଝିଲ୍ଲୀ। କୋଚ୍‌ ପି. ଧର୍ମାରାଓଙ୍କ ଉପସ୍ଥିତିରେ ପୁରସ୍କାର ଗ୍ରହଣ ବେଳେ ସେ ଭାବପ୍ରବଣ ହୋଇ କାନ୍ଦି ପକାଇଥିଲେ। ପୁରସ୍କାର ସେମାନଙ୍କୁ ଆଗକୁ ଆହୁରି ଭଲ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବ ବୋଲି ଖେଳାଳିମାନେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri