ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜଙ୍ଗଲରୁ ମଙ୍ଗଳବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ସେ ହେଲେ ବରହମପୁର ଥାନା ଅଧୀନ କେସିପୁର ପଞ୍ଚାୟତ ତରତରି ଗ୍ରାମର କାଳିନ୍ଦି ମାରାଣ୍ଡିଙ୍କ ଝିଅ ରଶ୍ମି। ମଙ୍ଗଳବାର କାଳବୈଶାଖୀ ପରେ ଜଙ୍ଗଲରୁ ଦୁର୍ଗନ୍ଧ ବାହାରିଥିଲା। ଲୋକେ ଜଙ୍ଗଲ ଭିତରେ ପଶି ଗଛ ଡ଼ାଳରେ ଝିଅଟିର ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ। ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ଝିଅକୁ ଚିହିଁଥିଲେ। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବୁଧବାର ସକାଳେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇ ଥାନାରେ ୧୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇ ନାହିଁ।
ପ୍ରକାଶ ଯେ, ରଶ୍ମି ଯୁକ୍ତ ୨ ଦ୍ୱିତୀୟ ବର୍ଷର କଳା ଛାତ୍ରୀ ଥିଲେ। ଶନିବାରଠାରୁ ସେ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ ଝିଅକୁ ପାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri