Posted inଖେଳ

ଟଲିଉଡ୍‌ ସୁପରଷ୍ଟାର ବିକ୍ରମଙ୍କ ଫଲ୍ମରେ ଇର୍ଫାନ

ହାଇଦ୍ରାବାଦ୍‌,୧୬।୧୦- ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନ ଏବେ କ୍ୟାରିୟରର ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଥିବା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଦକ୍ଷିଣ ଭାରତୀୟ ସୁପରଷ୍ଟାର ବିକ୍ରମଙ୍କ ସହ ଫିଲ୍ମରେ ସେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଫିଲ୍ମକୁ ନିର୍ଦ୍ଦେଶନା ଦେବେ ଅଜୟ ଗନାନାମୁଥୁ। ପଠାନ ନିଜ ଭୂମିକା ସମ୍ପର୍କରେ କିଛି ସ୍ପଷ୍ଟ କରି ନାହାନ୍ତି। କିନ୍ତୁ ଏକ ଭିଡିଓ ପୋଷ୍ଟ କରି କ୍ୟାପଶନରେ ଲେଖିଛନ୍ତି, ନୂଆ ଚ୍ୟାଲେଞ୍ଜ ପାଇଁ ଅପେକ୍ଷା କରିଛି। ସେ ୨୦୧୨ଠାରୁ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିନାହାନ୍ତି। ଇର୍ଫାନ ୨୦୧୨, ଅକ୍ଟୋବର ୨ ତାରିଖରେ ଶ୍ରୀଲଙ୍କା ବିପକ୍ଷରେ ଶେଷ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିଲେ। ହରଭଜନ ସିଂଙ୍କ ପରେ ଇର୍ଫାନ ଦ୍ୱିତୀୟ ଭାରତୀୟ ବୋଲର ଭାବେ ଟେଷ୍ଟରେ ହ୍ୟାଟ୍ରିକ ଉଇକେଟ ନେଇଥିଲେ। ପଠାନ ୨୯ ଟେଷ୍ଟରେ ୧୦୦ ଉଇକେଟ ନେବା ସହ ୧,୧୦୫ ରନ୍‌ କରିଥିଲେ। ୧୦୨ ଦିନିକିଆ ଓ ୨୪ ଟି୨୦ ମ୍ୟାଚ୍‌ରେ ଯଥାକ୍ରମେ ୧୭୩ ଓ ୨୮ ଉଇକେଟ ହାତେଇଥିଲେ। ସୂଚନାଥାଉ କି, ଇର୍ଫାନ ଏବେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜ୍‌ର ବିଶେଷଜ୍ଞ ପ୍ୟାନେଲର ସଦସ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri