Posted inଖେଳ

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଭାରତ

ମାଞ୍ଚେଷ୍ଟର, ୨୭।୬:ଚଳିତ ବିଶ୍ୱକପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ତା’ର ଷଷ୍ଠ ଲିଗ ପର୍ଯ୍ୟାୟ ମ୍ୟାଚରେ ଗୁରୁବାର ଓ୍ବେଷ୍ଟଇଣ୍ଡିଜକୁ ଭେଟିଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ଚୂଡାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତ ବିଜୟୀ ହେଲେ ସେମିଫାଇନାଲର ନିକଟତର ହେବ। ସୂଚନାଯୋଗ୍ୟ, ଭାରତ ୫ଟି ମ୍ୟାଚରୁ ୪ଟି ବିଜୟ ସହ ୯ ପଏଣ୍ଟ ପାଇ ଟେବୁଲର ତୃତୀୟ ସ୍ଥାନରେ ରହିଛି। ଗୋଟିଏ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri