ଟାଇଲ୍‌ ଲଗାଇ ପ୍ରଧାନମନ୍ତ୍ରୀ ଯୋଜନାର ନାମ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଛନ୍ତି ରାଜ୍ୟ ସରକାର: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ଭାଜପା। ରାଜ୍ୟ ଭାଜପା ଉପସଭାପତି ସମୀର ମହାନ୍ତି ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାର ଟାଇଲ ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନାମ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି।

ସମୀର କହିଛନ୍ତି, ୨୦୧୯-୨୦ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୫.୬୫ଲକ୍ଷ ଘର ନିର୍ମାଣ ଲକ୍ଷ୍ୟ ରହିଥିଲା। ହେଲେ ମାତ୍ର ୭୯,୮୨୯ଟି ଘର ହୋଇଛି। ଏଥିପାଇଁ ୫.୦୨୮ କୋଟି ଅନୁମୋଦନ ହୋଇଥିଲା। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ କରାଯାଇଥିବା ଘରେ ବିଜୁ ପକ୍କା ଘର ଲୋଗୋ ଟାଇଲ୍‌ ଲଗାଇବା ଉଦ୍ୟମ ଆରମ୍ଭ ହୋଇଛି। ଯାଜପୁର ପିଡିଡିଆଇଡିଏ କଣ୍ଟ୍ରାକ୍ଟରକୁ ଏନେଇ ଚିଠି କରାଯାଇଛି। ତୁରନ୍ତ ଏହାକୁ ପ୍ରତ୍ୟାହାର କରାଯାଉ ବୋଲି ସେ ଦାବି କରିଛନ୍ତି। ରାଜ୍ୟ ସରକାର ଟାଇଲ ଲଗାଇ ଯୋଜନା ପରିବର୍ତ୍ତନ କରି ନାଁ ନେବାକୁ ଚାହୁଁଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri