Posted inଖେଳ

ଟାଏକୋଣ୍ଡୋ ବ୍ୟାପାର ବୁଝିବା ଲାଗି ଆଡହକ୍‌ କମିଟି

ନୂଆଦିଲ୍ଲୀ, ୧୩ା୭ (ପି.ଟି.)-ଦେଶରେ ଟାଏକୋଣ୍ଡୋ ବ୍ୟାପାର ବୁଝାଶୁଝା କରିବା ଲାଗି ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଏକ ଆଡହକ୍‌ କମିଟି ଗଠନ କରିଛି। ଏହା ୬ମାସ ମଧ୍ୟରେ ମହାସଂଘର ନିର୍ବାଚନ କରାଇବ। ଗତବର୍ଷ ଡିସେମ୍ବରରେ ଆଇଓଏର ଜେନେରାଲ ଆସେମ୍ବ୍ଲିରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିଲା। ଆଇଓଏ ଯୁଗ୍ମ ସମ୍ପାଦକ ନାମଦେବ ଶିରଗାଁକାର ୫ ଜଣିଆ ଆଡହକ କମିଟିର ମୁଖ୍ୟ ରହିବେ। ଏହାର ଅନ୍ୟ ସଦସ୍ୟମାନେ ହେଲେ ଏସ.ଏମ୍‌. ବାଲି (ଆଇଓଏ ଯୁଗ୍ମ ସମ୍ପାଦକ), ସୁନୈନା କୁମାରୀ (ଆଇଓଏ ଉପସଭାପତି), ଦିଗ୍‌ବିଜୟ ସିଂ (ଆଇଓଏ କାର୍ଯ୍ୟନିର୍ବାହୀ ପରିଷଦ ସଦସ୍ୟ) ଏବଂ ଇଣ୍ଟରନ୍ୟାଶନାଲ ଟାଏକୋଣ୍ଡୋ ଫେଡେରେଶନର ଜଣେ ମନୋନୀତ ବ୍ୟକ୍ତି। ଆଇଓଏ ଜେନେରାଲ ଆସେମ୍ବ୍ଲିର ନିଷ୍ପତ୍ତି ଅନୁସାରେ ଆଡ୍‌ହକ କମିଟି ଆସନ୍ତା ୬ମାସ ମଧ୍ୟରେ ସମସ୍ତ ନିର୍ବାଚନ ପ୍ରକ୍ରିୟା ଶେଷ କରିବ। ସେପର୍ଯ୍ୟନ୍ତ ଭାରତରେ ଟାଏକୋଣ୍ଡୋ ପରିଚାଳନା ପାଇଁ ଏକ ନୂଆ ସୋସାଇଟି ରେଜିଷ୍ଟ୍ରି ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଥିଲା। ଆଇଓଏ ଇତିମଧ୍ୟରେ ଏହାର ଆସାମ ଶାଖାର ପରିଚଳନା ଏବଂ କର୍ମକର୍ତ୍ତା ନିର୍ବାଚନ ଲାଗି ଏବଂ ସମାନ ଲକ୍ଷ୍ୟ ନେଇ ଗଲ୍‌ଫ ଖେଳପାଇଁ ପୃଥକ୍‌ ପୃଥକ୍‌ ଆଡହକ୍‌ କମିଟି ଗଠନ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri