ଟାଏକୋଣ୍ଡୋରେ ସ୍ବର୍ଣ୍ଣ ଜିତିଲେ ପ୍ରିୟଙ୍କା

ଖଇରା, ୧୫।୫(ଡି.ଏନ.ଏ.)-ଖଇରା କଲେଜ ଯୁକ୍ତ ୩ କଳାର ଦ୍ୱିତୀୟବର୍ଷ ଛାତ୍ରୀ ପ୍ରିୟଙ୍କା ପାତ୍ର ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତାରେ ୫୦କେଜି ବର୍ଗରେ ଚାମ୍ପିୟନ ହୋଇ ସ୍ବର୍ଣ୍ଣପଦକ ଲାଭ କରି ସମଗ୍ର ଖଇରା ପାଇଁ ଗୌରବ ଆଣି ଦେଇଛନ୍ତି। ଏହି ଅବସରରେ ମଙ୍ଗଳବାର ଖଇରା କଲେଜ ପରିସରରେ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ଏଥିରେ ଅଧ୍ୟାପକ ତଥା ଏନସିସି ପ୍ରଶିକ୍ଷକ ଉଦୟ ରଞ୍ଜନ ଦାସ ସଭାପତିତ୍ୱ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅର୍ଥନୀତି ବିଭାଗର ଅଧ୍ୟାପକ ଡଃ ଗୋପବନ୍ଧୁ ମହାପାତ୍ର, ମୁଖ୍ୟ କିରାଣି ବିଭୂତି ଭୂଷଣ ନାୟକ ଅତିଥି ଭାବେ ଯୋଗଦେଇ ସମ୍ବର୍ଦ୍ଧିତ କରିଥିଲେ। ଏଥିସହ ଲକ୍ଷ୍ନୌରେ ଜୁନ ମାସରେ ହେବାକୁ ଥିବା ଜାତୀୟ ଚାମ୍ପିୟନଶିପରେ ଭଲ ପ୍ରଦର୍ଶନ କରିବେ ବୋଲି ଅତିଥିମାନେ ଆଶା ପ୍ରକଟ କରି ଉତ୍ସାହିତ କରିଥିଲେ ା

ରବିବାର ଭଦ୍ରକଠାରେ ଆୟୋଜିତ ଏହି ରାଜ୍ୟ ଚାମ୍ପିୟନଶିପରେ ଖଇରା କଲେଜର ଏହି ଏନସିସି କ୍ୟାଡେଟ ପ୍ରିୟଙ୍କା ଏହି ସ୍ବର୍ଣ୍ଣପଦକ ଲାଭ କରିବାର ସୌଭାଗ୍ୟ ଅର୍ଜନ କରିଥିଲେ ା ପ୍ରିୟଙ୍କାଙ୍କ ଘର ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅଧୀନ ଶାଳପଡା ଗ୍ରାମରେ। ଏ ସମ୍ପର୍କରେ ଚାମ୍ପିୟନ ପ୍ରିୟଙ୍କାଙ୍କୁ ଯୋଗାଯୋଗ କରିବାରେ ସେ ତାଙ୍କର ଶ୍ରେୟ ପ୍ରଶିକ୍ଷିକା ଆଦ୍ୟାଶା ଦାସ, ଏନସିସି ପ୍ରଶିକ୍ଷକ ଉଦୟ ଦାସଙ୍କୁ ପ୍ରଦାନ କରିଥିଲେ। ସେ ଭବିଷ୍ୟତରେ ଦେଶର ସେବା କରିବା ପାଇଁ ପ୍ରତିରକ୍ଷା ବିଭାଗରେ ଯୋଗ ଦେବାକୁ ଲକ୍ଷ୍ୟ ରଖିଥିବାର ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ

ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri