ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ପ୍ରସଙ୍ଗ ତ୍ରିପାକ୍ଷିକ ଆଲୋଚନା ପରେ ଆନ୍ଦୋଳନ ପ୍ରତ୍ୟାହୃତ

ଛତ୍ରପୁର,୨୯।୬(ଡି.ଏନ.ଏ.)-ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଶନିବାର ଥମିଛି। ତ୍ରିପାକ୍ଷିକ ଆଲୋଚନା ବୈଠକ ପରେ ବିସ୍ଥାପିତ ତଥା ଟାଟା ପ୍ରକଳ୍ପରେ ଏହାର ସହଯୋଗୀ ସଂସ୍ଥା ଟିଏସ୍‌ ଆଲଏଜ୍‌ରେ କାମ କରୁଥିବା ଶ୍ରମିକମାନଙ୍କ ପକ୍ଷରୁ ଚାଲିଥିବା ଆନ୍ଦୋଳନ ଶନିବାର ସନ୍ଧ୍ୟାରେ ଥମିଛି। ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ ସମ୍ମିଳନୀ ଗୃହରେ ପୂର୍ବାହ୍ନରେ ଏକ ତ୍ରିପାକ୍ଷିକ ଆଲୋଚନା ବୈଠକ ବସିଥିଲା। ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଅଧ୍ୟକ୍ଷତା କରିଥିବାବେଳେ ତହସିଲଦାର ନୀଳମାଧବ ଭୋଇ, ଏସ୍‌ଡିପିଓ ଉତ୍କଳକେଶରୀ ଦାଶ, ଚମାଖଣ୍ଡି ଆଇଆଇସି ସହଦେବ ମହାପାତ୍ର, ଟାଟା କମ୍ପାନୀ କର୍ତ୍ତୃପକ୍ଷ, ବିସ୍ଥାପିତ ତଥା ଶ୍ରମିକଙ୍କର ପ୍ରତିନିଧି ଉପସ୍ଥିତ ଥିଲେ। ଏଥିରେ କୌଣସି ନିଷ୍କର୍ସ ନ ବାହାରିବାରୁ ପୁଣି ଅପରାହ୍ନରେ ଟାଟା ପ୍ରକଳ୍ପ କାର୍ଯ୍ୟାଳୟରେ ଏକ ତ୍ରିପାକ୍ଷିକ ଆଲୋଚନା ବୈଠକ ବସିଥିଲା। ପରିବେଶ ଶାନ୍ତ ରଖିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ପୁଣି ବୈଠକ ବସି ଆଲୋଚନା ହେବ ବୋଲି ନିଷ୍ପତି ହୋଇଛି। ଉକ୍ତ ସଂସ୍ଥା ବଦଳରେ ଟାଟା କମ୍ପାନୀରେ ସ୍ଥାୟୀ ଭାବେ ନିଯୁକ୍ତି ଦାବି ନେଇ କାର୍ଯ୍ୟବନ୍ଦ ଆନ୍ଦୋଳନ ଚାଲିଥିଲା। ଗୁରୁବାର ରାତିରେ କେତେକ ଶ୍ରମିକ ଟାଟା ପ୍ରକଳ୍ପରେ ଭଙ୍ଗାରୁଜା କରିଥିଲେ। ଟାଟା କମ୍ପାନୀର ଶତପ୍ରତିଶତ ସହଯୋଗୀ ଟିଏସ୍‌ ଆଲଏଜ୍‌ରେ ବିସ୍ଥାପିତ ପରିବାରର ୮୬ ଜଣଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯାଇଛି ବୋଲି କମ୍ପାନୀ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri