ଟାଟା-ମିସ୍ତ୍ରି ମାମଲା: ସୁପ୍ରିମ କୋର୍ଟରେ ଶୁକ୍ରବାର ଶୁଣାଣି

ନୂଆଦିଲ୍ଲୀ,୮-୧: ଟାଟାସନ୍ସ ଏବଂ ସାଇରସ ମିସ୍ତ୍ରି ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶୁକ୍ରବାର ହେବ। ନ୍ୟାଶନାଲ କମ୍ପାନୀ ଲ ଆପିଲେଟ୍‌ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଏଟି) ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରିଙ୍କ ସପକ୍ଷରେ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ଟାଟା-ଗ୍ରୁପ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲା। ଏହି ମାମଲାରେ ଏନ୍‌ସିଏଲ୍‌ଏଟି ମିସ୍ତ୍ରିଙ୍କୁ ଟାଟା ସନ୍ସ ଅଧ୍ୟକ୍ଷ ପଦବୀରୁ ବିଦା କରିବା ବେଆଇନ ବୋଲି ରାୟରେ କହିଥିଲେ। ଏହାବାଦ ଟାଟାସନ୍ସକୁ ଏକ ପ୍ରାଇଭେଟ ଲିମିଟେଡ କମ୍ପାନୀରେ ପରିବର୍ତ୍ତନ ଏବଂ ନୂଆ ଅଧ୍ୟକ୍ଷ ଭାବେ ଏନ୍‌.ଚନ୍ଦ୍ରଶେକରନଙ୍କୁ ଅବସ୍ଥାପିତ କରାଇବରକୁ ଟ୍ରିବ୍ୟୁନାଲ ବେଆଇନ ଦର୍ଶାଇଥିଲେ। ଗୋଟିଏ ମାସ ମଧ୍ୟରେ ରାୟର ଚ୍ୟାଲେଞ୍ଜ କରିବାକୁ ଟାଟାସନ୍ସକୁ ୧ ମାସ ସମୟ ମିଳିଥିଲା। ସେହିଭଳି ମିସ୍ତ୍ରିଙ୍କୁ ପୁନଃ ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରିବାକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଥିଲେ। ଏହି ଆଧାରରେ ଟାଟା ଟ୍ରଷ୍ଟ, ରତନ ଟାଟା, ଟିସିଏସ୍‌ ପ୍ରମୁଖ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଯାହାର ଶୁଣାଣି ଲାଗି ଚଳିତ ସପ୍ତାହ ଶୁକ୍ରବାର ସମୟ ଧାର୍ଯ୍ୟ ହୋଇଛି। ସୁଚନାଯୋଗ୍ୟ, ୨୦୧୬ ଅକ୍ଟୋବରରେ ସାଇରସ ମିସ୍ତ୍ରିଙ୍କୁ ଏକ ବିବାଦୀୟ ସ୍ଥିତିରେ ଟାଟାସନ୍ସର ଅଧ୍ୟକ୍ଷ ପଦବୀରୁ ବିଦା କରାଯାଇଥିଲା। ଏହା ବିରୋଧରେ ମିସ୍ତ୍ରି ପ୍ରଥରେ ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)ଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଠାରେ ମାମଲା ଟାଟାସନ୍ସ ସପକ୍ଷରେ ଶୁଣାଣି ହୋଇଥିଲା। ଏହା ପରେ ମିସ୍ତ୍ରି ଏନ୍‌ସିଏଲ୍‌ଏଟିର ଦ୍ୱାରସ୍ଥ ହୋଇଥିଲେ, ସେଠାରେ ତାଙ୍କ ସମକ୍ଷରେ ମାମଲା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍‌ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri