ଟାଟା ଷ୍ଟିଲ୍‌ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ଡେଙ୍ଗୁ ସଚେତନତା : ଗଡ଼ିଲା ସୂଚନା ରଥ

ଯୋଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଟାଟା ଷ୍ଟିଲ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ବୁଧବାର ଡେଙ୍ଗୁ ସଚେତନତା କରାଯାଇଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଯୋଡ଼ା ପଶ୍ଚିମ ପ୍ରେକ୍ଷାଳୟରେ ୧ ମାସ ଧରି ଏହି ଅଭିଯାନ ହେବା ନେଇ ଯୋଜନା ହୋଇଛି । ବଡ଼ବିଲ ତହସିଲ୍‌ଦାର ତଥା ଯୋଡ଼ା ବ୍ଲକ ଉନ୍ନୟନ ଅଧିକାରୀ ଦାୟିତ୍ୱରେ ଥିବା କ୍ଷୀରୋଦ କୁମାର ବେହେରା, ଟାଟା ଷ୍ଟିଲ ଖଣ୍ଡବନ୍ଧ ମୁଖ୍ୟ ଶିରିଶ ଶେଖର, ଟାଟା ଷ୍ଟିଲ ଯୋଡ଼ା ଡାକ୍ତରଖାନାର ମୁଖ୍ୟ ଚିକିତ୍ସାଧିକାରୀ ଏ.କେ. ରଏ, ଟାଟା ଷ୍ଟିଲ ଓଏମ୍‌କ୍ୟୁ ବିଭାଗ ମୁଖ୍ୟ ଅନିଲ ଓରନ୍‌, ଟାଟା ଷ୍ଟିଲ ଓଏମ୍‌କ୍ୟୁ ଖଣ୍ଡବନ୍ଧ ପ୍ରକଳ୍ପ ଭୂମି ଓ ଲିଜ୍‌ ବିଭାଗ ବରିଷ୍ଠ ପ୍ରବନ୍ଧକ ଏସ୍‌.ପି. ସିଂହଙ୍କ ଉପସ୍ଥିତିରେ ଉକ୍ତ ସଚେତନତା ଅଭିଯାନର ଶୁଭାରମ୍ଭ କରାଯାଇଥିଲା।
ଏହାସହିତ ମ୍ୟାଲେରିଆ ଓ ପାଣିରୁ ସଂକ୍ରମିତ ଅନ୍ୟ ରୋଗର ନିରାକରଣ ପାଇଁ ଉକ୍ତ ଅଭିଯାନରେ ଗୁରୁତ୍ୱ ଦିଆଯାଇଛି। ଏକ ମାସ ଧରି ହେବାକୁ ଥିବା ଉକ୍ତ ଅଭିଯାନ ଅନ୍ତର୍ଗତ ଯୋଡ଼ା ପୌରପାଳିକା ପାର୍ଶ୍ୱବର୍ତ୍ତୀ ୫୦ ଗ୍ରାମରେ ସୂଚନା ରଥ ସହଯୋଗରେ ଲୋକମାନଙ୍କୁ ସଚେତନ କରାଯିବା ସହିତ ସୂଚନା ପୁସ୍ତିକା ବଣ୍ଟନ କରାଯିବ। ଡାକବାଜି ଯନ୍ତ୍ର, ସ୍ଥାନୀୟ ଅଞ୍ଚଳରେ ଫଗିଂ, ୨୮ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ଲୋକମାନଙ୍କୁ ସଚେତନ କରାଯିବ .େବାଲି ସୂଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri