ଟାର୍ଗେଟ୍‌ ବୃଦ୍ଧି ହୋଇନି: ମଣ୍ଡିରେ ପଡି ରହିଛି ଧାନ

ସୋନପୁର,୩୧।୧୨(ନି.ପ୍ର.)
ରାଜ୍ୟ ସରକାର ସୁବର୍ଣ୍ଣପୁର ଜିଲାର ଧାନ କ୍ରୟ ଟାର୍ଗେଟ୍‌ ବୃଦ୍ଧି କରି ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଛି। ଟାର୍ଗେଟ୍‌ ସରିଥିବାରୁ ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ) ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଧାନ କିଣୁ ନଥିବା ଚାଷୀ ଅଭିଯୋଗ କରୁଛନ୍ତି। ମିଲର୍ସ ମଣ୍ଡିକୁ ଆସୁ ନାହାନ୍ତି । ଚାଷୀ ମଣ୍ଡିରେ ଧାନ ରଖି ଶୀତ କାକରରେ ଜଗି ରହିଛନ୍ତି । ଅନ୍ୟପକ୍ଷେ ଜିଲା ଯୋଗାଣ ବିଭାଗ ଧାନକ୍ରୟ କରିବା ପାଇଁ ଗତ ୨୭ ତାରିଖରେ ୧୦ଲକ୍ଷ ୧୪ହଜାର କୁଇଣ୍ଟାଲର ଟାର୍ଗେଟ୍‌ ରାଜ୍ୟ ଯୋଗାଣ ନିଗମକୁ ମାଗିଛି। କିନ୍ତୁ ସୋମବାର ସନ୍ଧ୍ୟା ସୁଦ୍ଧା ସରକାରଙ୍କ ପକ୍ଷରୁ ଟାର୍ଗେଟ୍‌ ମିଳିନି । ଜିଲାରେ ଗତ ନଭେମ୍ବର ୧୫ ତାରିଖରୁ ଖରିଫ ଧାନ କିଣା ଆରମ୍ଭ ହୋଇଛି। ଖରିଫ ଧାନ ବିକ୍ରି ପାଇଁ ୪୭ ହଜାର ୯୯୦ ଜଣ ଚାଷୀ ପଞ୍ଜିକୃତ ହୋଇଛନ୍ତି। ଜିଲାର ୪୧ଟି ମିଲର୍ସ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହୋଇଥିବା ବେଳେ ବାହାର ଜିଲାର ମିଲର୍ସଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ କରିବା ପାଇଁ ପ୍ରଶାସନ ପକ୍ଷରୁ ସରକାରଙ୍କୁ ଅନୁରୋଧ କରାଯାଇଛି। ସେହିପରି ୬୫ଟି ପ୍ୟାକ୍ସ ଓ ୧୪ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ଦ୍ୱାରା ଧାନ କ୍ରୟ ହେଉଛି। ଚାଷୀଙ୍କୁ ଅନଲାଇନ ଟୋକନ ବ୍ୟବସ୍ଥା ଅନୁଯାୟୀ ସୋମବାର ସନ୍ଧ୍ୟା ସୁଦ୍ଧା ୨୦ହଜାର ୨୨୪ ଚାଷୀଙ୍କଠାରୁ ୧୬ଲକ୍ଷ ୭ହଜାର ୨୨୪କୁଇଣ୍ଟାଲ ଧାନ କ୍ରୟ ହୋଇଛି। ତେବେ ପୂର୍ବ ବର୍ଷ ଭଳି ଜିଲାରେ ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକ୍ରୟ। ଏଫଏକ୍ୟୁ ଆଳ ଦେଖାଇ ମିଲର୍ସମାନେ କୁଇଣ୍ଟାଲ ପ୍ରତି ୩ରୁ ୪ କେଜି ଧାନ କାଟି ନେଉ ଥିବାର ଚାଷୀମାନେ ଅଭିଯୋଗ କରୁଛନ୍ତି। କଟ୍‌ନି ଛଟ୍‌ନିରେ ମିଲର୍ସଙ୍କ ଖାତାକୁ ଚାଲିଗଲାଣି ହଜାର ହଜାର କୁଇଣ୍ଟାଲ ଧାନ। ଏହି ଧାନ ମିଲର୍ସଙ୍କ ଖାତାକୁ ଯାଉଥିଲେ ମଧ୍ୟ ଏହାର ତଦନ୍ତ ହେଉନାହିଁ। ମିଲର୍ସଙ୍କ ଉପରେ ପ୍ରଶାସନ ନିୟନ୍ତ୍ରଣ ହରାଇଥିବାରୁ କଟ୍‌ନି ଛଟ୍‌ନି ଜାରି ରହିଛି। ଏହି କଟ୍‌ନି ଛଟ୍‌ନିରେ ମିଲର୍ସ, ପ୍ୟାକ୍ସ କର୍ମଚାରୀ ଓ ଯୋଗାଣ ବିଭାଗ ସମ୍ପୃକ୍ତ ଥିବା ଅଭିଯୋଗ ହେଉଛି। ପ୍ରତିବର୍ଷ ଧାନ ସଂଗ୍ରହ ବୈଠକରେ କଟ୍‌ନି ଛଟ୍‌ନି ଉପରେ ରୋକ ଲଗାଇବାକୁ ନିଷ୍ପତ୍ତି ହୋଇଥାଏ । କିନ୍ତୁ ବାସ୍ତବ କ୍ଷେତ୍ରରେ ତାହା କାର୍ଯ୍ୟକାରୀ ହୁଏନି। ଯାହାର ପୁନରାବୃତ୍ତି ଚଳିତ ଖରିଫ ଧାନ ସଂଗ୍ରହରେ ଦେଖିବାକୁ ମିଳିଛି। ଡୁଙ୍ଗୁରିପାଲି ବ୍ଲକ ଭୀମଟିକିରା ମଣ୍ଡିରେ ଗତ ୨୪ଦିନ ଧରି ଧାନ ପଡି ରହିଛି । ଟ୍ୟାଗିଂ ହୋଇଥିବା ମିଲର୍ସ ମଣ୍ଡିକୁ ଯାଉ ନ ଥିବାରୁ ଧାନ ଉଠୁନି। ବୀରମହାରାଜପୁର, ଉଲୁଣ୍ଡା ଓ ତରଭା ବ୍ଲକର ବିଭିନ୍ନ ପ୍ୟାକ୍ସରେ ମଧ୍ୟ ଧାନ ପଡି ରହିଛି। ମିଲର୍ସ ଆସୁ ନଥିବାରୁ ଧାନ ଉଠି ପାରୁନି । ଏ ସମ୍ପର୍କରେ ଜିଲା ଯୋଗାଣ ଅଧିକାରୀ ବିବେକାନନ୍ଦ କୋରକୋରା କୁହନ୍ତି ମିଲର୍ସଙ୍କ ଉପରେ ଆହୁରି ୪ ଲକ୍ଷ କୁଇଣ୍ଟାଲ ଧାନର ଟାର୍ଗେଟ୍‌ ଅଛି। ମଙ୍ଗଳବାର ସୁଦ୍ଧା ପୁଣି ୧୦ ଲକ୍ଷ କୁଇଣ୍ଟାଲ ଧାନ ଟାର୍ଗେଟ୍‌ ଆସିବ । ଚାଷୀଙ୍କ ଧାନ କିଣିବାରେ କୌଣସି ଅସୁବିଧା ହେବନି ବୋଲି ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri