Posted inଜାତୀୟ

ଟି.ଏନ୍‌. ଶେଷାନଙ୍କ ପରଲୋକ

ନୂଆଦିଲ୍ଲୀ, ୧୧ା୧୧(ପି.ଟି.): ଦେଶର ନିର୍ବାଚନ ପ୍ରକ୍ରିୟାରେ ସଂସ୍କାର ଆଣି ଚର୍ଚ୍ଚିତ ହୋଇଥିବା ଭାରତର ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ତିରୁନେଲାଇ ନାରାୟଣ ଆୟର ଶେଷାନ (ଟି.ଏନ୍‌. ଶେଷାନ)ଙ୍କ ରବିବାର ଚେନ୍ନାଇଠାରେ ହୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୮୭ ବର୍ଷ ହୋଇଥିଲା। ୧୦ମ ମୁଖ୍ୟ ନିର୍ବାଚନ କମିଶନର ଭାବେ ସେ ୧୯୯୦ ଡିସେମ୍ବର ୧୨ରୁ ୧୯୯୬ ଡିସେମ୍ବର ୧୧ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ତାଙ୍କ ସମୟରେ ପ୍ରଥମଥର ପାଇଁ ଭୋଟର ପରିଚୟପତ୍ର କାର୍ଯ୍ୟକାରୀ ହୋଇଥିଲା। ନିର୍ବାଚନ ଆଚରଣ ବିଧିକୁ କଡ଼ାକଡ଼ି ଲାଗୁ କରି ସେ ବେଶ୍‌ ଲୋକପ୍ରିୟତା ହାସଲ କରିଥିଲେ। ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିବା ରାଜନେତାମାନଙ୍କ ପ୍ରବୃତ୍ତିରେ ପରିଣତ ହୋଇଥିଲା। ହେଲେ ଶେଷାନଙ୍କ କଠୋର କାର୍ଯ୍ୟାନୁଷ୍ଠାନ ରାଜନେତାଙ୍କୁ ଆଇନ ମାନିବାକୁ ବାଧ୍ୟ କରିଥିଲା। ଜଣେ ରାଜ୍ୟପାଳ ତାଙ୍କ ପୁଅ ପାଇଁ ପ୍ରଚାର କରିବାରୁ ମଧ୍ୟପ୍ରଦେଶର ଏକ ଆସନରେ ନିର୍ବାଚନକୁ ସ୍ଥଗିତ କରିଥିଲେ ଶେଷାନ। ଫଳରେ ଉକ୍ତ ରାଜ୍ୟପାଳ ଇସ୍ତଫା ଦେବାକୁ ବାଧ୍ୟ ହୋଇଥିଲେ। ୧୯୫୫ ବ୍ୟାଚ୍‌ର ତାମିଲନାଡୁ କ୍ୟାଡର ଆଇଏଏସ୍‌ ଅଫିସର ଶେଷାନ ନିର୍ବାଚନ କମିଶନ ହେବା ପୂର୍ବରୁ କ୍ୟାବିନେଟ ସଚିବ ଭାବେ କାର୍ଯ୍ୟ କରିଥିଲେ। ୧୯୯୬ରେ ତାଙ୍କୁ ରମନ ମାଗାସେସେ ପୁରସ୍କାର ମିଳିଥିଲା।
କେରଳର ପାଲାକ୍କଡ ଜିଲା ତିରୁନେଲାଇରେ ୧୯୩୨ରେ ଜନ୍ମିତ ଶେଷାନ ପଦାର୍ଥ ବିଜ୍ଞାନରେ ସ୍ନାତକ କରିବା ପରେ ମାଡ୍ରାସ ଖ୍ରୀଷ୍ଟିଆନ୍‌ କଲେଜରେ ଡେମୋନ୍‌ଷ୍ଟ୍ରେଟର ଭାବେ ୩ ବର୍ଷ କାମ କରିଥିଲେ। ଏହି ସମୟରେ ସେ ଆଇଏଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ଏଡ଼ଓ୍ବାର୍ଡ ଏସ୍‌. ମାସନ ଛାତ୍ରବୃତ୍ତିରେ ସେ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ପଢ଼ି ସାଧାରଣ ପ୍ରଶାସନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri